Advertisment

ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା ‘ସିତ୍ରାଙ୍ଗ’, ଓଡ଼ିଶାର ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆଜି ଉପକୂଳ ଓଡିଶାରେ ପବନର ବେଗ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ରହିପାରେ। ସର୍ବାଧିକ ପବନର ବେଗ ଘଣ୍ଟା ପ୍ରତି ୫୫ କିଲୋମିଟରକୁ ବୃଦ୍ଧି ହୋଇପାରେ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Deep Depression Intensify Into A Cyclonic Storm

Deep Depression Intensify Into A Cyclonic Storm

ବଙ୍ଗୋପସାଗରରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’। ଏବେ ଏହା ଗଭୀର ଅବପାତରେ ପରିଣତ ହୋଇ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୧୨ ଘଣ୍ଟାରେ ଏହା ବାତ୍ୟାରେ ପରିଣତ ହେବ।  ପରେ ଦିଗ ବଦଳାଇ ଉତ୍ତର ପୂର୍ବ ଦିଗରେ ଗତିକରି ବାଂଲାଦେଶ ଉପକୂଳ ଅତିକ୍ରମ କରିବ।

Advertisment

ଆସନ୍ତା ୨୫ ତାରିଖରେ ତିନ୍‌କୋନା ଓ ସାନଦୀପ ଅଞ୍ଚଳରେ ଅତିକ୍ରମ କରିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାର ପ୍ରଭାବରେ ଆସନ୍ତାକାଲି ଓଡ଼ିଶାର ୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ କଟକ। ଏହିସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। 

Advertisment

ଆଜି ଉପକୂଳ ଓଡିଶାରେ ପବନର ବେଗ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ରହିପାରେ। ସର୍ବାଧିକ ପବନର ବେଗ ଘଣ୍ଟା ପ୍ରତି ୫୫ କିଲୋମିଟରକୁ ବୃଦ୍ଧି ହୋଇପାରେ। ଆଜି ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟପକ୍ଷେ, ଆଜି ସାରା ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ବିଦାୟ ନେଇଛି। 

Cyclone Sitrang
Advertisment
Advertisment