Advertisment

ସୃଷ୍ଟି ହେଲା ବାତ୍ୟା ‘ଜୱାଦ୍‌’, ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ

ପଶ୍ଟିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇ ଥିବାବେଳେ ଆଜି ପୂର୍ବାହ୍ନରେ ଏହା ବାତ୍ୟାରେ ପରିଣତ ହୋଇଛି।

ଅଦ୍ୟତନ ହୋଇଛି
Cyclone Jawad

Cyclone Jawad

Advertisment

ଭୁବନେଶ୍ୱର: ପଶ୍ଟିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇ ଥିବାବେଳେ ଆଜି ପୂର୍ବାହ୍ନରେ ଏହା ବାତ୍ୟାରେ ପରିଣତ ହୋଇଛି। ଏହାର ନାଁ ‘ଜୱାଦ୍‌’ ରଖାଯାଇଛି। ଏନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି।

Advertisment

ବାତ୍ୟା ‘ଜୱାଦ୍‌’ ଏବେ ବିଶାଖାପାଟଣାରୁ ୪୨୦ କି.ମି. ଦୂରରେ ରହିଛି। ୪ ତାରିଖ ସନ୍ଧ୍ୟା ପରେ ବାତ୍ୟାର ଦିଗ ପରିବର୍ତ୍ତନ ହେବ। ୪ ସନ୍ଧ୍ୟାରୁ ବାତ୍ୟା ଉତ୍ତର ଓ ଉତ୍ତର ପୂର୍ବ ଦିଗକୁ ମୁହାଁଇବ ଓ  ୫ ତାରିଖ ପୂର୍ବାହ୍ନରେ ପୁରୀ ଜିଲ୍ଲାରେ ଉପକୂଳ ନିକଟବର୍ତ୍ତୀ ହେବ। ଏନେଇ IMD ଡିଜି ସୂଚନା ଦେଇଛନ୍ତି। ଉପକୂଳ ନିକଟ ହୋଇ ସମାନ ଦିଗରେ ପଶ୍ଚିମବଙ୍ଗକୁ ଅଗ୍ରସର ହେବ। ଉପକୂଳ ଛୁଇଁଲା ପରେ ଏହା କ୍ରମେ ଦୁର୍ବଳ ହେବ ବୋଲି IMD ଡିଜି କହିଛନ୍ତି।

ବାତ୍ୟା ଜୱାଦ୍‌’ ପ୍ରଭାବରେ ଆଜି ସନ୍ଧ୍ୟାରୁ ଓଡ଼ିଶା ଉପକୂଳ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯିବାର ସମ୍ଭାବନା ରହିଛି। ଆସନ୍ତାକାଲି ଉପକୂଳ ଓଡ଼ିଶାର ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହୋଇପାରେ। 

Advertisment

ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ ଅନୁସାରେ, ପୁରୀ ଜିଲ୍ଲାରେ ବାତ୍ୟା ‘ଜୱାଦ୍‌’ ସ୍ଥଳଭାଗ ଛୁଇଁପାରେ। ୪ ତାରିଖ ସନ୍ଧ୍ୟାରୁ ୫ ତାରିଖ ସକାଳ ମଧ୍ୟରେ ସ୍ଥଳଭାଗ ଛୁଇଁପାରେ। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର(SRC) ପ୍ରଦୀପ ଜେନା ସୂଚନା ଦେଇଛନ୍ତି।

ଅନ୍ୟପକ୍ଷେ, ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌ କରାଯାଇଛି। ଆସନ୍ତା ରବିବାର ସାପ୍ତାହିକ ଛୁଟିକୁ ବାତିଲ୍ କରିଛନ୍ତି ରାଜ୍ୟ ସରକାର। ସମସ୍ତ କର୍ମଚାରୀ ନିଜ ହେଡକ୍ୱାର୍ଟର୍ସରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଛୁଟିରେ ଥିବା କର୍ମଚାରୀ କାର୍ଯ୍ୟ କ୍ଷେତ୍ରକୁ ଫେରିଆସିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର(SRC)ଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।

Advertisment

Cyclone Warning Heavy Rainfall Alert Cyclone Jawad Cyclone Jawad Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ