Advertisment

ବାତ୍ୟା ଲ୍ୟାଣ୍ଡ୍‌ଫଲ୍‌ ବେଳେ ଘଣ୍ଟା ପ୍ରତି ୧୦୦ କି.ମି. ବେଗରେ ପବନ ବହିବ, ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷିବ !

ଗତକାଲିର ଅବପାତ ଘନୀଭୂତ ହୋଇ ଆଜି ସକାଳେ ଗଭୀର ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି।

ଅଦ୍ୟତନ ହୋଇଛି
Deep Depression Over East Central Bay of Bengal

Deep Depression Over East Central Bay of Bengal

Advertisment

ସୃଷ୍ଟି ହେଲା ଗଭୀର ଅବପାତ। ଗତକାଲିର ଅବପାତ ଘନୀଭୂତ ହୋଇ ଆଜି ସକାଳେ ଗଭୀର ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି। କ୍ରମଶଃ ଏହା ଘନୀଭୂତ ହୋଇ ବଙ୍ଗ ମୁହାଁ ହୋଇପାରେ। ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ପରେ ଏହା ଦିଗ ବଦଳାଇପାରେ। ପରେ ଏହା ବାତ୍ୟା ‘ସିତ୍ରାଙ୍ଗ’ରେ ପରିଣତ ହେବ।

Advertisment

୨୫ ତାରିଖ ସକାଳେ ବାତ୍ୟା ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଛୁଇଁପାରେ। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବାତ୍ୟା ଉପକୂଳ ଛୁଇଁବା ବେଳେ ପବନର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ କିଲୋମିଟର ରହିବା ସମ୍ଭାବନା ରହିଛି। ବାତ୍ୟା ‘ସିତ୍ରାଙ୍ଗ’ ଓଡ଼ିଶା ଉପକୂଳଠାରୁ ୨୦୦ରୁ ୨୫୦ କିଲୋମିଟର ଦୂରରେ ଗତି କରିବ।  ଏହାର ପ୍ରଭାବରେ ୨୪ ଓ ୨୫ ତାରିଖରେ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। 

Advertisment

ଅକ୍ଟୋବର ୨୪ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଆହୁରି ଅଧିକ ଘନୀଭୂତ ହୋଇ ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହେବ। ୨୫ ତାରିଖ ସକାଳେ ଏହା Tinkona ଦ୍ୱୀପ ଓ ସ୍ୟାଣ୍ଡ୍‌ୱିପ୍‌ ମଧ୍ୟରେ ବାଂଲାଦେଶ ଉପକୂଳ ଅତିକ୍ରମ କରିବ। 

Advertisment

Cyclone Sitrang
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ