• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି । ଗଭୀର ଅବପାତ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ତେବେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବ ନାହିଁ ।

ଆଜି ଘଣ୍ଟା ପ୍ରତି ୧୭ କି.ମି. ବେଗରେ ଗତି କରୁଛି ଗଭୀର ଅବପାତ । ଏବେ ବିଶାଖାପାଟଣାରୁ ୩୯୦, ପାରାଦୀପରୁ ୩୨୦ କି.ମି., ଦୀଘାରୁ ୪୬୦ ଓ ବାଂଲାଦେଶ ଖେପୁପଡ଼ାରୁ ୬୧୦ କି.ମି. ଦୂରରେ ଏହା କେନ୍ଦ୍ରୀଭୂତ ରହିଛି । 

କ୍ରମଶଃ ଏହା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ବାତ୍ୟା ରୂପ ନେବ । ପରବର୍ତ୍ତୀ ୨୪ ଘଣ୍ଟାରେ ବାତ୍ୟା ରୂପ ନେଇ ବାଂଲାଦେଶ ଉପକୂଳ ମୁହାଁ ହେବ । ୧୮ ସକାଳେ ବାଂଲାଦେଶର ମଙ୍ଗଲା-ଖେପୁପଡ଼ା ମଧ୍ୟରେ ଉପକୂଳ ଛୁଇଁବ ବାତ୍ୟା ।

ଅନ୍ୟପକ୍ଷେ, ଗଭୀର ଅବପାତ ଉତ୍ତର-ଉତ୍ତରପୂର୍ବ ଦିଗକୁ ମୁହାଁଇ ଥିବାରୁ ଓଡ଼ିଶାରେ ବିଶେଷ ପ୍ରଭାବ ନାହିଁ । କେବଳ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।