Advertisment

ଆସନ୍ତା ୬ ଘଣ୍ଟାରେ ଦୁର୍ବଳ ହୋଇପାରେ ଗଭୀର ଅବପାତ, ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଗତ ୬ ଘଣ୍ଟାରେ ଏହା ଘଣ୍ଟା ପ୍ରତି ୧୨ କି.ମି. ବେଗରେ ଗତି କରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ଅଦ୍ୟତନ ହୋଇଛି
Deep Depression moved West-North Westwards

Deep Depression moved West-North Westwards

Advertisment

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଗତ ୬ ଘଣ୍ଟାରେ ଏହା ଘଣ୍ଟା ପ୍ରତି ୧୨ କି.ମି. ବେଗରେ ଗତି କରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଗଭୀର ଅବପାତ ଝାରସୁଗୁଡ଼ାରୁ ୮୦ କି.ମି. ଓ ସମ୍ବଲପୁରରୁ ୮୫ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଛତିଶଗଡ ଓ ମଧ୍ୟପ୍ରଦେଶ ଆଡ଼େ ଅଗ୍ରସର ହୋଇପାରେ। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହୋଇ ଦୁର୍ବଳ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।      

Advertisment

ଗଭୀର ଅବପାତ(ଡିପ୍‌ ଡିପ୍ରେସନ) ପ୍ରଭାବରେ ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ଜାରି ରହିଛି। ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ସୁବର୍ଣ୍ଣପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଛି। ଉପକୂଳରେ ବର୍ଷା କମିଥିଲେ ବି ଟ୍ରପ୍‌ ଲାଇନ୍‌ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବଲାଙ୍ଗିର, ସୁନ୍ଦରଗଡ଼, ବୌଦ୍ଧ, କେନ୍ଦୁଝର, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକରେ ପ୍ରବଳ ବର୍ଷା ହୋଇପାରେ। ଏଥିଲାଗି ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। 

Advertisment

ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼ ଆଦି ଜିଲ୍ଲାରେ ବର୍ଷା ଜାରି ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବର୍ଷା ଯୋଗୁଁ ପାଣି ଜମି ରହି କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ନୂଆପଡ଼ା କୋନାବିରା ଗାଁରେ ପାଣି ଘେରରେ ରହିଛନ୍ତି ଗାଁ ଲୋକେ। କେତେକ ସ୍ଥାନରେ ରାସ୍ତା ଉପରେ ପାଣି ଜମି ରହି ଥିବାରୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ପ୍ରବଳ ବର୍ଷାରେ କିଛି ସ୍ଥାନରେ ରାସ୍ତା ଧୋଇଯିବାରୁ ଅନେକ ଅଞ୍ଚଳ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି। 

Advertisment
Rain Alert In Odisha Rain Forecast Heavy Rainfall In Odisha Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ