• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଟ୍ୱିନ୍‌ ସିଟିରେ ଘନ କୁହୁଡ଼ି । କଟକ ଓ ଭୁବନେଶ୍ୱରରେ ଘନ କୁହୁଡ଼ି ଦେଖାଦେଇଛି । ଘନ କୁହୁଡି ଯୋଗୁଁ ଯାତାୟାତରେ ବାଧାପ୍ରାପ୍ତ ହୋଇଛି । ୧୦୦ ମିଟର ଆଗକୁ କିଛି ଦେଖାଯାଉନାହିଁ । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ତେବେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ କଲବଲ କରିବ କୁହୁଡ଼ି । ଘନକୁହୁଡି ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର।

ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ଗଂଜାମ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ଘନ କୁହୁଡି ଦେଖାଦେବ । ବାୟୁ ମଣ୍ଡଳରେ ଜଳୀୟବାଷ୍ପ ବୃଦ୍ଧି ପାଉଥିବାରୁ ସକାଳ ସମୟରେ ଘନ କୁହୁଡି ଦୃଶ୍ୟମାନ ହେଉଛି । ସେପଟେ କୁହୁଡି ପାଇଁ ଯାନବାହାନ ଚଳାଚଳ ଉପରେ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

ସେପଟେ ଉତ୍ତର ଭାରତରେ ଜାରି ରହିଛି ଶୀତ ରହରୀ । ପ୍ରବଳ ଥଣ୍ଡା ସାଙ୍ଗକୁ ତୁଷାରପାତ, ଜନଜୀବନକୁ ଅସ୍ତବ୍ୟସ୍ତ କରିଛି । ଜମ୍ମୁ କାଶ୍ମୀର, ଲଦାଖ, ହିମାଚଳ ପ୍ରଦେଶ ଏବଂ ଉତ୍ତରାଖଣ୍ଡର ବିଭନ୍ନ ସ୍ଥାନରେ ପ୍ରବଳ ତୁଷାରପାତ ହୋଇଛି । ଲାଦାଖରେ ପ୍ରଥମ ଥର ପଇଁ ତୁଷାରପାତ ହୋଇଛି ।

ଜମ୍ମୁକଶ୍ମୀର ଡୋଡାରେ ବରଫର ଚାଦର ତଳେ ଘୋଡେଇ ହୋଇ ରହିଛି ରାସ୍ତା ଘାଟ, ଘରଦ୍ୱାର ସବୁ କିଛି । ତୁଷାରପାତ ଯୋଗୁଁ ସ୍ଥାନୀୟ ଲୋକଙ୍କ ସମସ୍ୟା ବଢିଥିବା ବେଳେ, ପ୍ରକୃତିର ଏ ନୂଆ ମିଜାଜର ମଜା ନେବାକୁ ପର୍ଯ୍ୟଟକଙ୍କ ସୁଅ ଛୁଟିଛି ।

  • Reported by:
  • ARACHANA SATPATHY