Advertisment

ସୃଷ୍ଟି ହେଲା ଅବପାତ; ୨୩ ତାରିଖ ସୁଦ୍ଧା ବାତ୍ୟାର ରୂପ ନେବ 'ଦାନା'

ସୃଷ୍ଟି ହେଲା ଅବପାତ। ବଙ୍ଗୋପସାଗରରେ ସକ୍ରିୟ ୱେଲ୍ ମାର୍କଡ ଲୋ ପ୍ରେସର ଆଜି ଡିପ୍ରେସନରେ ପରିଣତ ହୋଇଛି। ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି ଅବପାତ।

ଅଦ୍ୟତନ ହୋଇଛି
depression

depression

Advertisment

ସୃଷ୍ଟି ହେଲା ଅବପାତ। ବଙ୍ଗୋପସାଗରରେ ସକ୍ରିୟ ୱେଲ୍ ମାର୍କଡ ଲୋ ପ୍ରେସର ଆଜି ଡିପ୍ରେସନରେ ପରିଣତ ହୋଇଛି। ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି ଅବପାତ। ଡିପ୍ରେସନ ଏବେ ପାରାଦୀପ ଉପକୂଳରୁ ୭୩୦ କିଲୋମିଟର ଦକ୍ଷିଣପୂର୍ବ, ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୭୯ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଓ ବାଂଲାଦେଶ ଖେପୁପରା ଉପକୂଳରୁ ୭୪୦ କିଲୋମିଟର ଦକ୍ଷିଁଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି।

Advertisment

ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ। ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ବାତ୍ୟାର ରୂପ। ଏହାପରେ ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ସକାଳେ ଆହୁରି ସିଭିୟର ହେବ। ସିଭିୟର ସାଇକ୍ଲୋନିକ ଷ୍ଟିମ ବା ଭୀଷଣ ବାତ୍ୟା ୨୪ ରାତି ଓ ୨୫ ସକାଳ ଭିତରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳର ପୁରୀରୁ ସାଗର ଦ୍ବୀପ ଭିତରେ ଉପକୂଳ ଅତିକ୍ରମ କରିବ। ଉପକୂଳ ଅତିକ୍ରମ କରିବା ବେଳେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଓ ଝଟକା ପବନବ ୧୨୦ କିଲୋମିଟର ଛୁଇଁପାରେ।

ଅଧିକ ପଢ଼ନ୍ତୁ: ବାତ୍ୟା ନାଁ ଶୁଣି ଉପକୂଳିଆଙ୍କ ଛାତି ଧଡ଼ଧଡ଼; ଧନଜୀବନ ବଞ୍ଚାଇବାକୁ କସରତ ଆରମ୍ଭ

Advertisment

ଜିରୋ କାଜୁଆଲିଟି ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ବାତ୍ୟାକୁ ନେଇ ଲୋକେ ଭୟଭୀତ ନହେବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ‘ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ । ଅଗ୍ନିଶମ, ଓଡ୍ରାଫ୍, ଏନ୍ ଡିଆର୍ ଏଫ୍ ଟିମ୍ ପ୍ରସ୍ତୁତ ରହିଛନ୍ତି ।ପ୍ରଭାବିତ ହେବାକୁ ଥିବା ଅଞ୍ଚଳରୁ ଲୋକଙ୍କୁ ଶତ ପ୍ରତିଶତ ସ୍ଥାନାନ୍ତରଣ କରାଯାଇ ବାତ୍ୟା ଆଶ୍ରୟସ୍ଥଳୀକୁ ନିଆଯିବ । ହସ୍ପିଟାଲକୁ ନିରବଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ବ୍ୟବସ୍ଥା ହେବ । ଦରଦାମ ବୃଦ୍ଧି, କଳାବଜାରୀ ରୋକିବାକୁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।

ସେପଟେ ବାତ୍ୟା ନେଇ ଗତକାଲି କେନ୍ଦ୍ର କ୍ୟାବିନେଟ ସଚିବଙ୍କ ସହ ବୈଠକ କରିଛନ୍ତି ମୁଖ୍ୟ ଶାସନ ସଚିବ । ଭିସି ମାଧ୍ୟମରେ କ୍ୟାବିନେଟ ସଚିବଙ୍କୁ ବାତ୍ୟା ନେଇ ଅବଗତ କରିଛନ୍ତି ମୁଖ୍ୟ ସଚିବ । ଏହି ବୈଠକରେ ସ୍ୱତନ୍ତ୍ର ରିଲିଫ୍ କମିଶନର ମଧ୍ୟ ଉପସ୍ଥିତ ଥିଲେ । ବାତ୍ୟା ମୁକାବିଲା ନେଇ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସେ ଅବଗତ କରିଛନ୍ତି ।

Advertisment
Cyclone Dana
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ