Advertisment

Depression Over Bay of Bengal: ବଙ୍ଗୋପସାଗରରେ ଅବପାତ; ସନ୍ଧ୍ୟାରେ ଉପକୂଳ ଅତିକ୍ରମ କରିବ, ଓଡ଼ିଶାରେ କାଚିବ ବର୍ଷା !

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ନିକଟରେ କେନ୍ଦ୍ରୀଭୂତ । ଏହା ଉତ୍ତର ଦିଗରେ ଗତି କରି ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ ।

ଅଦ୍ୟତନ ହୋଇଛି
Depression Forms

Depression Forms

Advertisment

ବଙ୍ଗୋପସାଗରରେ ଅବପାତ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି । ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ନିକଟରେ ଏହା କେନ୍ଦ୍ରୀଭୂତ ଅଛି । ଅବପାତ ଉତ୍ତର ଦିଗରେ ଗତି କରି ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ । ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଦେଇ ଏହା ଅତିକ୍ରମ କରିବ । ଆଜି ସଂଧ୍ୟାରେ ଉପକୂଳ ଅତିକ୍ରମ କରିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ସାଗର ଆଇଲ୍ୟାଣ୍ଡ-ବାଂଲାଦେଶର ଖେପୁପରା ଦେଇ ଏହା ଅତିକ୍ରମ କରିବ । 

Advertisment

ଅନ୍ୟପଟେ ସାରା ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ଆଜି ପ୍ରବଳ ବର୍ଷା ନେଇ ୪ ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଅନ୍ୟାନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅଧିକ ପଢନ୍ତୁ : ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ଛେଚିବ; ୱାର୍ଣ୍ଣିଂ ଜାରି

ଏଥିସହ କେନ୍ଦୁଝର, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ସୁନ୍ଦରଗଡ଼ ଓ ଅନୁଗୁଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ପବନ ନେଇ ଆସନ୍ତାକାଲି ଯାଏଁ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ନଯିବା ଲାଗି ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Advertisment
Odisha Weather Heavy Rainfall Alert Deep Depression Bay Of Bengal
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ