Advertisment

ବଙ୍ଗୋପସାଗରରେ ବଳ ଗୋଟାଉଛି ଅବପାତ, ଭୀଷଣ ବର୍ଷା ନେଇ ୭ଟି ଜିଲ୍ଲାକୁ ରେଡ୍ ଆଲର୍ଟ

୧୧ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା । ଭୀଷଣ ବର୍ଷା ନେଇ ୭ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି । ଗୋପାଳପୁର ଠାରୁ ୨୬୦ କିଲୋମିଟର ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି ଅବପାତ ।

author-image
Sangram Keshori Behera
ଅଦ୍ୟତନ ହୋଇଛି
Rain Alert

Rain Alert

ବଙ୍ଗୋପସାଗରରେ ବଳ ଗୋଟାଉଛି ଅବପାତ । ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏବେ ଅବପାତ କେନ୍ଦ୍ରୀଭୂତ ଅଛି । ବର୍ତ୍ତମାନ ଏହା ଗୋପାଳପୁର ଠାରୁ ୨୬୦ କିଲୋମିଟର ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ଗଭୀର ଅବପାତରେ ପରିଣତ ହେବ । ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂରେ ଗଭୀର ଅବପାତ ହେବା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଗାଙ୍ଗେଟିକ୍ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ ଦେଇ ଛତିଶଗଡ଼ ମୁହାଁ ହେବ।

Advertisment

ପ୍ରଭାବରେ ୧୧ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଭୀଷଣ ବର୍ଷା ନେଇ ୭ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ପୁରୀ,ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା ରହିଛି । ବର୍ଷା ସମେତ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ବହିବ ପବନ। ଝଟକା ପବନ ଘଣ୍ଟାପ୍ରତି ୬୦ କିଲୋମିଟର ରହିପାରେ।

ପ୍ରଭାବରେ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି । ତଳିଆ ଅଞ୍ଚଳରେ ଆକସ୍ମିକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। କଚ୍ଚା ଘର କଚ୍ଚା ରାସ୍ତା ପ୍ରଭାବିତ ହେବା ସମ୍ଭାବନା ରହିଛି। ଅବପାତ ପ୍ରଭାବରେ ଅଶାନ୍ତ ହେବ ସମୁଦ୍ର । ଏଥିପାଇଁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ବାରଣ କରାଯାଇଛି। ଧାମରା, ପାରାଦୀପ, ପୁରୀ ଏବଂ ଗୋପାଳପୁର ପୋର୍ଟକୁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି। 

Advertisment
Heavy Rainfall Alert Bay Of Bengal IMD Forecast
Advertisment
Advertisment