ବଙ୍ଗୋପସାଗରରେ ଅବପାତ ପ୍ରଭାବରେ ବର୍ଷା, ୬ ଜିଲ୍ଲାକୁ ୟେଲୋ ଆଲର୍ଟ

ବଙ୍ଗୋପସାଗରରେ ଅବପାତ । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଅବପାତ ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ ।

Weather Update

ଆରବ ସାଗରରେ ଘୂର୍ଣ୍ଣିଝଡ଼, ଏପଟେ ବଙ୍ଗୋପସାଗରରେ ଅବପାତ । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଅବପାତ ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି କହିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି ।

ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି । ଆସନ୍ତାକାଲି ଯାଏଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ସହ ଅନ୍ୟ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୪ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୭ ଓ ୮ ତାରିଖ ଦୁଇ ଦିନ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଓ ଗଜପତିର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି ।

ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ, ଦକ୍ଷିଣ ଓଡ଼ିଶାରେ ସୃଷ୍ଟି ହୋଇଥିବା ଅବପାତ ଏବେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି ।ଶନିବାର ମଧ୍ୟରାତ୍ରିରେ ଏହା ବିଶାଖାପାଟଣା ଓ ଗୋପାଳପୁର ମଝିରେ ଅତିକ୍ରମ କରିବ। ଅବପାତ ପ୍ରଭାବରେ ବିଜୟୱାଡା, ହାଇଦ୍ରାବାଦ ଓ ସୋଲାପୁର ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଅବପାତ ପାଇଁ ରାଜ୍ୟରେ ଆସନ୍ତା ୩ ଦିନ ଯାଏ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପ ବର୍ଷା ହୋଇପାରେ । ଅନ୍ୟପଟେ ଆରବ ସାଗରରେ ଘୂର୍ଣ୍ଣିଝଡ଼ ପ୍ରଭାବରେ ଗୁଜରାଟରେ ସ୍ଥିତି ବେହାଲ । ଜାରି ରହିଛି ପ୍ରବଳ ବର୍ଷା ।