Advertisment

ଆହୁରି ଦୁଇ ଦିନ ପ୍ରବଳ ବର୍ଷିବ; ସତର୍କତା ଜାରି କଲା ପାଣିପାଗ କେନ୍ଦ୍ର

ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Rain

Rain

Advertisment

ଆଜି ବି ପ୍ରବଳ ବର୍ଷିବ। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

Advertisment

ଗଂଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ତେଣୁ ଏ ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଲଘୁଚାପ ପ୍ରଭାବରେ ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ବର୍ଷାର ବିସ୍ତୃତି ବଢ଼ିବାକୁ ଥିବାବେଳେ ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ସୂଚନା ଜାରି କରିଛି।

Advertisment

Heavy Rainfall Weather
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ