Advertisment

୧୨ ଘଣ୍ଟାରେ ଦୁର୍ବଳ ହେବ ଅବପାତ !

ଅବପାତ ପ୍ରଭାବରେ ଉପକୂଳ ଆନ୍ଧ୍ର ଏବଂ ଓଡ଼ିଶାର ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି।

ଅଦ୍ୟତନ ହୋଇଛି
Depression now over south Chhattisgarh

ଦୁର୍ବଳ ହେବ ଅବପାତ

Advertisment

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଦକ୍ଷିଣ ଓଡିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ଏହା ଗଞ୍ଜାମ ଜିଲ୍ଲାର ଗୋପାଳପୁରଠାରୁ ଉତ୍ତର ପଶ୍ଚିମ ଦିଗରେ କେନ୍ଦ୍ରୀଭୂତ ହୋଇ ସକ୍ରିୟ ରହିଛି। ଆସନ୍ତା ୧୨ ଘଣ୍ଟାରେ ଏହା ଧିରେ ଧିରେ ପଶ୍ଚିମ, ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଏବଂ ଦକ୍ଷିଣ ଛତିଶଗଡ଼ ଉପରେ ଦୁର୍ବଳ ହେବ ବୋଲି ପାଣିପାଗ ବିଭାଗ କହିଛି।

Advertisment

ଅବପାତ ପ୍ରଭାବରେ ଉପକୂଳ ଆନ୍ଧ୍ର ଏବଂ ଓଡ଼ିଶାର ଅଧିକାଂଶ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ସେହିଭଳି ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ଲାଗି ରହିଛି ବର୍ଷା। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି।

Advertisment

ଏପଟେ ବଙ୍ଗୋପସାଗରରେ ଲଘୁଚାପକୁ ଦୃଷ୍ଟିରେ ରଖି ରାଜ୍ୟର ବନ୍ଦର ଓ ସମୁଦ୍ର କୂଳ ଗୁଡ଼ିକରେ ଜାରି ହୋଇଛି ସତର୍କ ସୂଚନା। ଗୋପାଳପୁର, ପୁରୀ, ଧାମରା ଏବଂ ଚାନ୍ଦବାଲିରେ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।  ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Advertisment
Depression Low Pressure Heavy Rain
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ