/odishatv-khabar/media/post_attachments/uploadimage/library/16_9/16_9_0/s_1690873714.jpg)
Depression over Bay of Bengal intensified into a Deep Depression
ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଗଭୀର ଅବପାତଟି ଏବେ ଖେପୁପଡ଼ାରୁ ୧୬୦ କି.ମି., ଦୀଘାରୁ ୪୨୦ କି.ମି. ଦୂରରେ କେନ୍ଦ୍ରୀଭୂତ ରହିଛି।
କ୍ରମେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଆଜି ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଖେପୁପଡ଼ା ପାଖାପାଖି ଏହା ଉପକୂଳ ଛୁଇଁପାରେ। ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ଉପତ୍ୟକା ଆଡ଼କୁ ଯିବ।
The Depression over Northeast Bay of Bengal intensified into a Deep Depression at 0830 hrs IST of 1st Aug, 2023 about 160 km east-southeast of Khepupara (Bangladesh) and 420 km east of Digha (West Bengal).
— India Meteorological Department (@Indiametdept) August 1, 2023
ସେପଟେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଅତି ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି। ଏନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସମ୍ପୃକ୍ତ ଜିଲ୍ଲାର କିଛି ସ୍ଥାନରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)