Advertisment

ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ, ଆଜି ସନ୍ଧ୍ୟା ସୁଦ୍ଧା ଉପକୂଳ ଛୁଇଁପାରେ...

ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଖେପୁପଡ଼ା ପାଖାପାଖି ଏହା ଉପକୂଳ ଛୁଇଁପାରେ।

ଅଦ୍ୟତନ ହୋଇଛି
Odisha Weather Update

Depression over Bay of Bengal intensified into a Deep Depression

Advertisment

ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଗଭୀର ଅବପାତଟି ଏବେ ଖେପୁପଡ଼ାରୁ ୧୬୦ କି.ମି., ଦୀଘାରୁ ୪୨୦ କି.ମି. ଦୂରରେ କେନ୍ଦ୍ରୀଭୂତ ରହିଛି।

Advertisment

କ୍ରମେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଆଜି ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଖେପୁପଡ଼ା ପାଖାପାଖି ଏହା ଉପକୂଳ ଛୁଇଁପାରେ। ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ଉପତ୍ୟକା ଆଡ଼କୁ ଯିବ।

Advertisment

ସେପଟେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଅତି ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି। ଏନେଇ ୪ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସମ୍ପୃକ୍ତ ଜିଲ୍ଲାର କିଛି ସ୍ଥାନରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

Weather Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ