Advertisment

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା; ୨୬ ସନ୍ଧ୍ୟା ସୁଦ୍ଧା ନେବ ଭୀଷଣ ରୂପ !

ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି।

author-image
Sujit kumar Swain
ଅଦ୍ୟତନ ହୋଇଛି
Odisha Cyclone 2024 Update News In Odia

cyclonic storm

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି। ତା’ସହ ସମ୍ଭାବ୍ୟ ବାତ୍ୟାର ଗତିପଥ ଜାରି କରାଯାଇଛି।

Advertisment

ତେବେ ବାତ୍ୟା ପୂର୍ବରୁ ସୃଷ୍ଟି ହୋଇଥିବା ଲଘୁଚାପ, ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଜି ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ। ପରେ ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ସମୁଦ୍ର ମଧ୍ୟରେ ପହଞ୍ଚିବାର ସମ୍ଭାବନା ରହିଛି। ଓଡ଼ିଶାରେ କିନ୍ତୁ ଏହି ସମ୍ଭାବ୍ୟ ବାତ୍ୟାର ସିଧାସଳଖ ପ୍ରଭାବ ରହିବ ନାହିଁ ବୋଲି ସୂଚନା ଦେଇଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର।

୨୬ରେ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୭ରେ ମଧ୍ୟ ଉତ୍ତର ଓଡ଼ିଶାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି।

Advertisment

ସୂଚନାଯୋଗ୍ୟ ମେ’୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁଛି । କେରଳକୁ ମୌସୁମୀ ବାୟୁ ଛୁଇଁବା ପରେ ଓଡ଼ିଶାରେ କେବେ ମୌସୁମୀ ବାୟୁ ପହଞ୍ଚିବ ସେନେଇ କୁହାଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Weather Update Cyclones Rainfall Alert Cyclone Alert
Advertisment
Advertisment