• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ସମ୍ଭାବ୍ୟ ବାତ୍ୟାକୁ ନେଇ ଆସିଲା ବଡ଼ ଖବର । ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ସତର୍କ ସୂଚନା । ସମ୍ଭାବ୍ୟ ବାତ୍ୟା ଅକ୍ଟୋବର ୨୪ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି । ଏନେଇ IMD ପକ୍ଷରୁ ସୂଚନା ଜାରି ହୋଇଛି । ୨୨ ତାରିଖ ସକାଳେ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହେବ । ତେବେ ଏହା ୨୩ ସୁଦ୍ଧା ବାତ୍ୟା ରୂପ ନେବ । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ବାତ୍ୟା ରୂପ ନେବ । ବାତ୍ୟା ରୂପ ନେବା ପରେ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରି ୨୪ରେ ଉପକୂଳ ଛୁଇଁବ ।

ସେପଟେ ଆଣ୍ଡାମାନ ସାଗରରେ ବର୍ତ୍ତମାନ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ବଳ ଗୋଟାଇ ଅଧିକ ଘନୀଭୂତ ହେଉଛି। ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଦାନା ବାନ୍ଧିବା ସମ୍ଭାବନା ରହିଛି । ଏହାପରେ ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ ଲଘୁଚାପ ।

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୩ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୫ ତାରିଖ ଯାଏ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ୨୨ରୁ ସମୁଦ୍ର ଅଶାନ୍ତ ହେବ । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ସୁଦ୍ଧା ମତ୍ସ୍ୟଜୀବୀ ସମୁଦ୍ରରୁ ଫେରି ଆସିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

OTV is now on Whatsapp

Join and get latest news update delivered to you via whatsapp

Join Now