Advertisment

Red alert for Odisha: ଆଜି ଏହି ସବୁ ଜିଲ୍ଲାରେ ହେବ ଝଡ଼ତୋଫାନ; ୟେଲୋ ୱାର୍ଣ୍ଣିଂ ଜାରି

୨୫ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହ କିଛି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ଜୁନ୍ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

author-image
Tapaswini Nayak
ଅଦ୍ୟତନ ହୋଇଛି
Rain

Rain

ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ। ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।ଏନେଇ ସତର୍କ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।

Advertisment

ପାଣିପାଗର କେନ୍ଦ୍ରର ସୂଚନା ଅନୁସାରେ,ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକକୁ ଆଲର୍ଟ  ଜାରି କରାଯାଇଛି।  ସେହିପରି ଅନୁଗୁଳ, ଢେଙ୍କାନାଳ ଓ ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବିଜୁଳି ଘଡ଼ଘଡ଼ି ନେଇ ଚେତାବନୀ ସହ ଆଜି ପାଇଁ ୨୪ ଜିଲ୍ଲାକୁ ଝଡ଼ତୋଫାନ ନେଇ ୟୋଲୋ ୱାର୍ଣ୍ଣିଂ ଜାରି  କରାଯାଇଛି । କିଛି କିଛି ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ  ଆସନ୍ତାକାଲିଠୁ ରାଜ୍ୟରେ  ବର୍ଷା ବଢିବ । ପୁରା ରାଜ୍ୟକୁ ବିଜୁଳି ଘଡ଼ଘଡ଼ି ପାଇଁ ଚେତାବନୀ ଜାରି ହୋଇଥିବା ବେଳେ ୩ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ପାଇଁ ଚେତାବନୀ ଜାରି ହୋଇଛି ।

Advertisment

ଅଧିକ ପଢନ୍ତୁ: ଭିଜୁଛି ରାଜ୍ୟ, ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ସେହିପରି ୨୫ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହ କିଛି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ଜୁନ୍ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

୨୫ ଜୁନ୍ ପାଖାପାଖି ପଶ୍ଚିମବଙ୍ଗ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ଉପର ବାୟୁମଣ୍ଡଳ ସ୍ତରୀୟ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି । ଯାହାର ପ୍ରଭାବରେ ଆସନ୍ତା ୨୫ ତାରିଖରୁ ରାଜ୍ୟରେ ଭାରି ବର୍ଷା ବା ଅତ୍ୟନ୍ତ ପ୍ରବଳ ବର୍ଷା ର ସମ୍ଭାବନା ରହିଛି। ୨୪ ଏବଂ ୨୫ ତାରିଖରେ ଉପକୂଳ ଓଡ଼ିଶା ଏବଂ ଏହାର ଆଖପାଖରେ ୩୫-୪୫ କିମିରୁ ୫୫ କିମି ବେଗରେ ପବନ ବୋହିବା ସହିତ ଝଡ଼ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ସାରା ଓଡ଼ିଶାରେ ଆହୁରି ୫ ଦିନ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ବି ଜାରି ରହିବ I

ଅଧିକ ପଢନ୍ତୁ: ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ; ଭିଜିବ ସାରା ଓଡ଼ିଶା

Weather Odisha Weather Rain Alert
Advertisment
Advertisment