Advertisment

Weather Update: ଥରାଇବ ମାଘର ବାଘ ଭଳି ଶୀତ; କୁହୁଡି ନେଇ ସତର୍କତା ଜାରି

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । ରାତ୍ରୀ ତାପମାତ୍ରା ସ୍ବାଭାବିକ ଠାରୁ ଅଧିକ ରହିବ। ୧୬ ତାରିଖ ଯାଏ ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାରିପାଗ କେନ୍ଦ୍ର।

author-image
Sonali Ojha
ଅଦ୍ୟତନ ହୋଇଛି
cold wave

cold wave

ପୁଣି କଲବଲ କରିବ ଜାଡ଼। ଥରାଇବ ମାଘର ବାଘ ଭଳି ଶୀତ। ଆସନ୍ତା ୧୭ରୁ ରାଜ୍ୟରେ ପୁଣି ବଢିବ ଥଣ୍ଡା। ଉପାନ୍ତରୁ ଉପକୂଳ ସବୁଠି ଥରାଇବ ଜାଡ। ସ୍ବାଭାବିକ ଠାରୁ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପଶ୍ଚିମା ଝଡର ପ୍ରଭାବ କମିବା ପରେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବାହ ବଢିବ। ଫଳରେ ରାଜ୍ୟରେ ପୁଣି ଶୀତ ଲହରୀ ଅନୁଭୁତ ହେବ ।

Advertisment

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । ରାତି ତାପମାତ୍ରା ସ୍ବାଭାବିକ ଠାରୁ ଅଧିକ ରହିବ। ୧୬ ତାରିଖ ଯାଏ ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାରିପାଗ କେନ୍ଦ୍ର। ଆଜି ସକାଳ ସାଢେ ୮ଟା ଯାଏ ୬ ଜିଲ୍ଲାକୁ ଘନ କୁହୁଡ଼ି ନେଇ ୱାର୍ଣ୍ଣିଂ ଜାରି ହୋଇଛି । ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ, କଟକ ଏବଂ ଖୋର୍ଦ୍ଧାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବ ।

ଅଧିକ ପଢନ୍ତୁ:  ପୁଣି ମୁଣ୍ଡ ଟେକିଲା ସେବାୟତ ବିବାଦ; ମକରରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ

Advertisment

ଡିସେମ୍ବର ଓ ଜାନୁଆରୀରେ ପ୍ରବଳ ଶୀତ ପଡ଼େ । ହାତୋଗୋଡ଼ କାଲୁଆ ପଡ଼ିଯାଏ। କିନ୍ତୁ ଏବର୍ଷ ବିରାଟ ବ୍ୟତିକ୍ରମ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ତଥ୍ୟ କହୁଛି, ଗତ ୧୦ ବର୍ଷରେ ରାଜ୍ୟରେ ଏମିତି ଟ୍ରେଣ୍ଡ ଦେଖିବାକୁ ମିଳିଛି। ଅଧିକାଂଶ ସହରରେ ଡିସେମ୍ବରରେ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ ଅଧିକ ରହୁଛି। ୨୦୨୨ ଡିସେମ୍ବରରେ ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୩.୨ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିଲା।

ସେହିପରି ୨୦୨୦ ଡିସେମ୍ବରରେ ବାଲେଶ୍ୱରରେ ୩୩.୪, ପାରାଦୀପରେ ୩୧.୨, ଝାରସୁଗୁଡ଼ାରେ ୩୩, ୨୦୧୫ରେ କେନ୍ଦୁଝରରେ ୩୨.୯ ଓ ୨୦୧୨ରେ ପୁରୀରେ ଡିସେମ୍ବରରେ ପାରଦ ରହିଥିଲା ୩୧.୬ ଡିଗ୍ରୀ ସେଲସିୟସ୍। ଜଳବାୟୁରେ ଅସ୍ବାଭାବିକ ପରିବର୍ତ୍ତନ ଋତୁଚକ୍ର ଉପରେ ପଡୁଛି। ଫଳରେ ଶୀତ ଦିନେ କେବେ ବର୍ଷା ଦାଉ ସାଧୁଛି ତ କେବେ ଗ୍ରୀଷ୍ମଋତୁ ଭଳି ଟାଇଁ ଟାଇଁ ଖରା।

ଅଧିକ ପଢନ୍ତୁ: ମକର ସଂକ୍ରାନ୍ତିରେ କାହିଁକି ଖାଆନ୍ତି ରାଶି-ଗୁଡ଼ ଲଡୁ; କ’ଣ କହେ ବିଜ୍ଞାନ…

Odisha Cold Wave Winter
Advertisment
Advertisment