Advertisment

‘ଆଉ ୨୪ ଘଣ୍ଟା ବନ୍ୟା ପ୍ରଭାବ ରହିବ’

ବର୍ତ୍ତମାନ ହୀରାକୁଦ ଗେଟ୍ ଆଉ ଖୋଲିବା କି ବନ୍ଦ ନେଇ ନିଷ୍ପତ୍ତି ହୋଇନି। ସ୍ଥିତି ଦେଖିଲା ପରେ ଗେଟ୍ ବନ୍ଦ କି ଖୋଲାହେବ ସେ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର କହିଛନ୍ତି।

author-image
Rajalaxmi Sahoo
 Flood situation unlikely to change in next 24 hours

Flood situation unlikely to change in next 24 hours

ଆଉ ୨୪ ଘଣ୍ଟା ପର୍ଯ୍ୟନ୍ତ ବନ୍ୟାର ସ୍ଥିତି ଏପରି ରହିବ। ବର୍ତ୍ତମାନ ହୀରାକୁଦ ଗେଟ୍ ଆଉ ଖୋଲିବା କି ବନ୍ଦ ନେଇ ନିଷ୍ପତ୍ତି ହୋଇନି। ସ୍ଥିତି ଦେଖିଲା ପରେ ଗେଟ୍ ବନ୍ଦ କି ଖୋଲାହେବ ସେ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର କହିଛନ୍ତି। ହୀରାକୁଦ ନଦୀବନ୍ଧକୁ ଜଳସ୍ତର କମିବାରେ ଲାଗିଛି। ଦିନ ୯ଟା ସୁଦ୍ଧା ମୁଣ୍ଡଳିରେ ୧୧.୭୭ ଲକ୍ଷ କ୍ୟୁସେକ୍‌ ପ୍ରବାହିତ ହେଉଥିବା ବେଳେ ଖଇରମାଳରେ ୯.୮୪ ଲକ୍ଷ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି। କାଲି ସକାଳ ସୁଦ୍ଧା ମୁଣ୍ଡଳିରେ ୧୦ ଲକ୍ଷ କ୍ୟୁସେକ୍‌ ଅତିକ୍ରମ କରିବ।

Advertisment

ଅନେକ ସ୍ଥାନରେ ଆମେ ନଦୀ ବନ୍ଧ ଘଳିଆ ବନ୍ଦ କରିପାରିଛୁ। ପ୍ରାୟ ୫୦ଟି ନଦୀ ବନ୍ଧ ଘଳିଆ ବନ୍ଦ କରାଯାଇଛି। ଏପର୍ଯ୍ୟନ୍ତ ୫ଟି ସ୍ଥାନରେ ଘାଇ ସୃଷ୍ଟି ହୋଇଛି। ବଡ଼ମ୍ବା-ନରସିଂହପୁର ନିକଟ ମହାନଦୀ, ଲୁଣା ଓ ମକରା ନଦୀ, କାଣୀ, ରାଜୁଆ ସହ ଆଜି କୁଶଭଦ୍ରାରେ ଘାଇ ହୋଇଥିବା ସୂଚନା ମିଳିଛି। ତେବେ ଜଳପ୍ରବାହ କମିବା ପରେ ଘାଇ ଗୁଡ଼ିକର ମରାମତି ଆରମ୍ଭ ହେବ ବୋଲି ସର୍ବୋଚ୍ଚ ଯନ୍ତ୍ରୀ ସୂଚା ଦେଇଛନ୍ତି।

ପୁରୀ ଜିଲ୍ଲାରେ ବନ୍ୟା ପ୍ରକୋପ ଦେଖିବାକୁ ମିଳିଛି। ପିପିଲି, ଡେଲାଙ୍ଗ ଓ କଣାସ ବ୍ଲକର ଅନେକ ଗାଁ ଜଳବନ୍ଦୀ ଅବସ୍ଥାରେ ଅଛି। କଣାସର ମକରା ଓ ରାଜୁଆ ନଦୀର ୨ଟି ସ୍ଥାନରେ ଘାଇ ସୃଷ୍ଟି ହୋଇଛି।ରାଜୁଆ ନଦୀରେ ଗଡ଼ସାନପୁଟର ଲୋକାପାଳ ଓ ହଳଦୀଆପଡ଼ାରେ ଯେଉଁ ଘାଇ ହୋଇଥିଲା, ତାହା ୧୦୦ ମିଟର ଚଉଡା ହେଲାଣି। 

Advertisment

ବନ୍ୟା ପାଇଁ ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଆଲର୍ଟରେ ରଖାଯାଇଛି। ବନ୍ୟା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି। ବନ୍ୟାରେ ଯେପରି ଗୋଟିଏ ବି ଜୀବନହାନି ନହୁଏ ଓ ଯୋଗଯୋଗରେ ବିଭ୍ରାଟ ନହୁଏ ତାକୁ ସୁନିଶ୍ଚିତ କରିବାକୁ ସେ ଗୁରୁତ୍ୱ ଦେଇଛନ୍ତି।

ବିପଦ ସଙ୍କୁଳ ଅବସ୍ଥାରେ ଥିବା ଲୋକମାନଙ୍କୁ ଆବଶ୍ୟକ ରିଲିଫ୍ ଓ ମୌଳିକ ସୁବିଧା ଯୋଗାଇଦେବା ପାଇଁ କୁହାଯାଇଛି। ପ୍ରଭାବିତ  ଜିଲ୍ଲାରେ ୯ଟି NDRF, ୯ଟି  ଓଡ୍ରାଫ୍ ଓ ୪୪ଟି ଅଗ୍ନଶମ ଟିମ୍ ମୁତୟନ କରାଯାଇଛି। ଜଗତସିଂହପୁର ଜିଲ୍ଲାରେ ସମସ୍ତ ସ୍କୁଲ ଏବଂ ନୟାଗଡ଼ ଜିଲ୍ଲାର ୩ଟି ବ୍ଲକ୍‌ର ୩୨ଟି ସ୍କୁଲ୍ ୨ ଦିନ ବନ୍ଦ ରଖିବାକୁ ଘୋଷଣା କରାଯାଇଛି। ଆବଶ୍ୟକ ହେଲେ ଅନ୍ୟ ସ୍ଥାନରେ ମଧ୍ୟ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Odisha Flood Fury Weather In Odisha Rain In Odisha Odisha Flood Flood In Odisha
Advertisment
Advertisment