Advertisment

ମହାନଦୀରେ ଆସୁଛି ମଧ୍ୟମ ଧରଣର ବନ୍ୟା, କାଲି ମୁଣ୍ଡଳି ଛୁଇଁବ ବନ୍ୟା ଜଳ

ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ବନ୍ୟା ଜଳ କଟକ ମୁଣ୍ଡଳି ଅତିକ୍ରମ କରିବ। ହୀରାକୁଦର ଉପର ମୁଣ୍ଡରେ ପ୍ରବଳ ବର୍ଷା ଜାରି ରହିଛି।

Flood Water Released From Hirakud Will Reach Mundali Tmorrow

Flood Water Released From Hirakud Will Reach Mundali Tmorrow

Advertisment

ମହାନଦୀରେ ଆସୁଛି ମଧ୍ୟମ ଧରଣର ବନ୍ୟା। ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ବନ୍ୟା ଜଳ କଟକ ମୁଣ୍ଡଳି ଅତିକ୍ରମ କରିବ। ଏନେଇ SRC ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ହୀରାକୁଦର ଉପର ମୁଣ୍ଡରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ହୀରାକୁଦରେ ୩୪ ଗେଟ୍ ଖୋଲା ରହିଛି। ହେଲେ ଗେଟ୍ ସଂଖ୍ୟା ଆଉ ବଢ଼ାଇବୁ ନାହିଁ ବୋଲି SRC କହିଛନ୍ତି। 

Advertisment

ହୀରାକୁଦ ଡ୍ୟାମରୁ ନିଷ୍କାସିତ ଜଳ ମୁଣ୍ଡଳି ଦେଇ ୧୦ରୁ ସାଢ଼େ ୧୦ ଲକ୍ଷ କ୍ୟୁସେକ୍‌ ଜଳ ପ୍ରବାହିତ ହେବ। ଖଇରମାଳରେ ଏବେ ୯.୫୬ ଲକ୍ଷ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଛି। ବନ୍ୟା ଜଳ ପାଇଁ ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା ଜିଲ୍ଲାର କିଛି ଅଂଶ ପ୍ରଭାବିତ ହେବ। ଦକ୍ଷିଣ ଓଡ଼ିଶାରେ ବନ୍ୟା ସ୍ଥିତି ନାହିଁ SRC କହିଛନ୍ତି। ଏପଟେ ଛତିଶଗଡ଼ ସରକାର ପକ୍ଷରୁ ରାଜ୍ୟ ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ହୀରାକୁଦର ଅଧିକ ଗେଟ୍ ଖୋଲିବାକୁ ଅନୁରୋଧ କରାଯାଇଛି। ହେଲେ ଆମେ ଅଧିକ ଗେଟ୍ ଖୋଲିପାରିବୁନି, ହୀରାକୁଦ ଡ୍ୟାମର ସ୍ଥିତି ଦେଖି ଆମେ ନିଷ୍ପତ୍ତି ନେବୁ ବୋଲି SRC କହିଛନ୍ତି।

ପାଣିପାଗ ବିଭାଗର ପୂର୍ବାନୁମାନ ସାରେ ଯଦି ଓଡ଼ିଶା ଓ ଛତିଶଗଡ଼ରେ ପ୍ରବଳ ବର୍ଷା ଜାରି ରହେ, ତା’ହେଲେ ଅଗଷ୍ଟ ୧୫ ବେଳକୁ ମଧ୍ୟମ ଧରଣର ବନ୍ୟା ଆସିପାରେ। ତେଣୁ ମହାନଦୀ ଅବବାହିକା ଜିଲ୍ଲା ଗୁଡ଼ିକରେ ଜିଲ୍ଲା ପ୍ରଶାସନ ସଜାଗ ରହିଛି। ରାଜ୍ୟର ୧୮ଟି ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିଲା ତାକୁ ମରାମତି କରାଯାଇଛି ବୋଲି ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି। 

Advertisment

ସେପଟେ ସୁଦୃଶଃ ଲଘୁଚାପ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପକୂଳରେ ଏକ ଅବପାତରେ ପରିଣତ ହୋଇଛି। ଆଗାମୀ ୬ ଘଣ୍ଟା ମଧ୍ୟରେ ଏହି ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦିଘା ନିକଟରେ ପଶ୍ଚିମ-ବଙ୍ଗ ଉପକୂଳକୁ ଅତିକ୍ରମ ସହ ଆଗାମୀ ୨୪ ଘଣ୍ଟା ଯାଏ ନିଜର ତୀବ୍ରତା ବଜାୟ ରଖିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। 

Rain In Odisha Hirakud Dam Flood In Odisha Flood Water
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ