Advertisment

Fog In Some Parts Of Odisha: ଆଗାମୀ ୩ ଦିନ ଯାଏଁ କଲବଲ କରିବ କୁହୁଡି !

ଶନିବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଗଜପତି, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ କେତେକ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି।

author-image
Manoranjan Sial
ଅଦ୍ୟତନ ହୋଇଛି
Twincity Fog

Twincity Fog

ଶୀତ ଗାଏବ ହୋଇଗଲାଣି। ହେଲେ କୁହୁଡି ପିଛା ଛାଡ଼ୁନି। ଆଗାମୀ ୩ ଦିନ ଯାଏଁ ରାଜ୍ୟରେ କେତେକ ଜିଲ୍ଲାରେ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସତର୍କ ସୂଚନା ଜାରି କରିଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଶୁକ୍ରବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଜଗତସିଂହପୁର, ଖୋର୍ଦ୍ଧା, କଟକ, ପୁରୀ ଓ ନୟାଗଡ଼ ଜିଲ୍ଲାର କେତେକ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି।

ଠିକ୍‌ ସେହିପରି ଶନିବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଗଜପତି, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ କେତେକ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି। ରବିବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ ଓ କଟକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହୋଇପରେ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

Advertisment

ଅଧିକ ପଢ଼ନ୍ତୁ: ବସ୍ତିକୁ ମାଲବାହୀ ଟ୍ରେନ ମାଡ଼ିଯିବା ଘଟଣା: ଷ୍ଟେସନ ମ୍ୟାନେଜରଙ୍କ ସମେତ ୪ ନିଲମ୍ବିତ

ଗତ ୨୪ ଘଣ୍ଟା ଭିତରେ ଫୁଲବାଣୀରେ ସର୍ବ ନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି। ଆଗାମୀ ୧୨ ତାରିଖ ଯାଏଁ ରାଜ୍ୟରେ ପାଗ ଶୁଖିଲା ରହିବ। ତାତି ବଢ଼ିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Fog Weather Odisha Weather News
Advertisment
Advertisment