• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sonali Ojha

ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ପୂର୍ବ କେନ୍ଦ୍ରୀୟ ଓ ସନ୍ନିକଟ ଉତ୍ତର ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆଗାମୀ ୨ ଦିନରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ମୁହାଇଁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ । ଏହାର ପ୍ରଭାବରେ ୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଏହି ୪ଜିଲ୍ଲାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ପାଇଁ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଜାରି ହୋଇଛି ଅତିପ୍ରବଳ ବର୍ଷା ସତର୍କତା ବା ଅରେଞ୍ଜ ୱାର୍ଣ୍ଣିଂ । ୩୦ ଓ ୩୧ ତାରିଖରେ ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

OTV is now on Whatsapp

Join and get latest news update delivered to you via whatsapp

Join Now