Advertisment

ଲଘୁଚାପ ବର୍ଷାରେ ଭିଜିବ ଓଡ଼ିଶା; ପ୍ରବଳ ବର୍ଷା ନେଇ ସତର୍କତା ଜାରି

ପୂର୍ବ କେନ୍ଦ୍ରୀୟ ଓ ସନ୍ନିକଟ ଉତ୍ତର ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।ଏହାର ପ୍ରଭାବରେ ୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
undefined

Rain

Advertisment

ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ପୂର୍ବ କେନ୍ଦ୍ରୀୟ ଓ ସନ୍ନିକଟ ଉତ୍ତର ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆଗାମୀ ୨ ଦିନରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ମୁହାଇଁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ । ଏହାର ପ୍ରଭାବରେ ୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଏହି ୪ଜିଲ୍ଲାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ପାଇଁ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଜାରି ହୋଇଛି ଅତିପ୍ରବଳ ବର୍ଷା ସତର୍କତା ବା ଅରେଞ୍ଜ ୱାର୍ଣ୍ଣିଂ । ୩୦ ଓ ୩୧ ତାରିଖରେ ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Advertisment

Weather Update Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ