• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ରାଜ୍ୟକୁ ଫେରିଛି ଶୀତ । ଉପାନ୍ତରୁ ଉପକୂଳ ସବୁଠି ଖସିଛି ପାରଦ । ତା ସାଙ୍ଗକୁ ଘନକୁହୁଡ଼ି ଜୀବନଯାତ୍ରାକୁ ଅସ୍ତବ୍ୟସ୍ତ କରିଛି । ଆଜି ଆଭ୍ୟନ୍ତୀରଣ ଓଡ଼ିଶା ସମେତ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଂଜରେ ଘନକୁହୁଡି ଦେଖାଦେଇଛି । ଅନ୍ୟପଟେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ପବନ ପ୍ରଭାବରେ ଜାଡ ବଢିଥିବା ପାଣିପାଗ ବିଭାଗ କହିଛି ।

ସେହିପରି ୩୧ ତାରିଖରୁ ପୁଣି ଭିଜିବ ଓଡିଶା । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ବଙ୍ଗୋପ ସାଗର ବଳୟ ତଥା ପାଶ୍ୱବର୍ତ୍ତୀ ଓଡ଼ିଶା ଉପକୂଳରେ ଗୁରୁଚାପ ବଳୟ ସକ୍ରିୟ ଥିବାରୁ ଉପକୂଳ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ନଜରରେ ରଖି ଆସନ୍ତା ୨୪ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ପଶ୍ଚିମା ଝଡ଼ ଓ ଗୁରୁଚାପ ବଳୟ ସକ୍ରିୟ ରହିଥିବାରୁ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ଓଡ଼ିଶାକୁ ପ୍ରବେଶ କରିବ । ତେବେ ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ତାପମାତ୍ରା ୨-୩ ଡିଗ୍ରୀ ପର୍ଯ୍ୟନ୍ତ ପାଇବ । ପରେ ତାପମାତ୍ରାରେ ବିଶେଷ ପରିମାଣର ପରିବର୍ତ୍ତନ ହେବାର ସୂଚନା ନାହିଁ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଭାଗ ।