Advertisment

୧୮ରେ କୁଆପଥର ବର୍ଷା ସମ୍ଭାବନା, ଏହିସବୁ ଜିଲ୍ଲାବାସୀ ସତର୍କ ରୁହନ୍ତୁ...

ଆସନ୍ତା ୧୮ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ କୁଆପଥର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଅଦ୍ୟତନ ହୋଇଛି
Hailstorm Rain Likely In Some Districts Of Odisha On March 18

Hailstorm Rain Likely In Some Districts Of Odisha On March 18

Advertisment

ଆସନ୍ତା ୧୮ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ କୁଆପଥର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲା କୁ ଚେତାବନୀ ଜାରି କରାଯାଇଛି। ଏହିସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Advertisment

ଅନ୍ୟପକ୍ଷେ, ମଙ୍ଗଳବାଠାରୁ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ଆରମ୍ଭ ହୋଇଥିବା ବେଳେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିପାରେ। ଏଭଳି ପାଗ ୨୦ ତାରିଖ ଯାଏ ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ଆସନ୍ତାକାଲି ସକାଳେ ସାଢ଼େ ୮ଟା ଯାଏ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ବରଗଡ଼, ମାଲକାନଗିରି, କୋରାପୁଟ ଓ ନୟାଗଡ଼। 

ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୧୮ ତାରିଖ ସକାଳ ସାଢ଼େ ୮ଟା ଯାଏ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଞ୍ଜାମ, କନ୍ଧମାଳ, ଗଜପତି, କେନ୍ଦୁଝର, ମୟୂରଭଞ୍ଜବାଲେଶ୍ୱର ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Advertisment

ଆସନ୍ତା ୧୯ ତାରିଖ ଓ ୨୦ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Weather Update Rain Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ