Advertisment

Heat Wave Alert: IMD ଡିଜିଙ୍କ ବଡ଼ ସୂଚନା; ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ହେବ ଅଗ୍ନିବର୍ଷା

IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଗ୍ରୀଷ୍ମର ଅତ୍ୟଧିକ ପ୍ରଭାବ କେନ୍ଦ୍ରୀୟ, ପୂର୍ବ ଏବଂ ଉତ୍ତର ପଶ୍ଚିମ ଭାଗରେ ରହିବ। ଦେଶର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ବହୁ ଅଧିକ ରହିବ।

author-image
Tapaswini Nayak
temperature rises

temperature rises

ଏପ୍ରିଲରୁ ଜୁନ ମଧ୍ୟରେ ଦେଶରେ ପ୍ରବଳ ଗ୍ରୀଷ୍ମପ୍ରହାବ ସମ୍ଭାବନା ରହିଛି। ସ୍ୱାଭାବିକଠାରୁ ଅଧିକ ରହିବ ଦେଶର ଅନେକ ଅଞ୍ଚଳରେ ତାପମାତ୍ରା। ଚଳିତ ଗ୍ରୀଷ୍ମ ଋତୁ ପାଇଁ ଏଭଳି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (IMD) ।

Advertisment

IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଗ୍ରୀଷ୍ମର ଅତ୍ୟଧିକ ପ୍ରଭାବ କେନ୍ଦ୍ରୀୟ, ପୂର୍ବ ଏବଂ ଉତ୍ତର ପଶ୍ଚିମ ଭାଗରେ ରହିବ। ଦେଶର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ବହୁ ଅଧିକ ରହିବ।

ଅଧିକ ପଢ଼ନ୍ତୁ: ତାତିରେ ଲାଗିବ ବ୍ରେକ୍, ୫ ଦିନ ଯାଏଁ ତାଣ୍ଡବ ରଚିବ କାଳବୈଶାଖୀ

ଆଇଏମଡି ଡିଜି ଆହୁରି କହିଛନ୍ତି, ଏପ୍ରିଲରୁ ଜୁନ୍ ମଧ୍ୟରେ ସାଧାରଣତଃ ୪ରୁ ୭ ଦିନ ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଥାଏ। ତେବେ ଏଥର କିନ୍ତୁ ତାଠୁ ଅଧିକ ୨ କିମ୍ବା ୪ ଦିନ ରହିବ ଗ୍ରୀଷ୍ମପ୍ରବାହ। ବିଶେଷକରି ରାଜସ୍ଥାନ, ଗୁଜରାଟ, ହରିୟାଣା, ପଞ୍ଜାବ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଉତ୍ତର ପ୍ରଦେଶ, ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଓଡ଼ିଶା, ଛତିଶଗଡ଼, ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶରେ ଗ୍ରୀଷ୍ମ ପ୍ରବାହର ପ୍ରକୋପ ଅଧିକ ରହିବ।

Advertisment

ସେହିଭଳି କର୍ଣ୍ଣାଟକ ଓ ତାମିଲନାଡ଼ୁର ଉତ୍ତର ଭାଗରେ ମଧ୍ୟ ଅଧିକ ଗରମ ଅନୁଭୂତ ହେବ।ଏଥର ମୌସୁମୀରେ ଏଲ୍ ନିନୋ ସମ୍ଭାବନା ନାହିଁ ବୋଲି ଆଇଏମଡି ଡିଜି ସ୍ପଷ୍ଟ କରିଛନ୍ତି।

ଅନ୍ୟପକ୍ଷରେ ରାଜ୍ୟରେ ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସଂଭାବନା ରହିଛି। କିଛି ସ୍ଥାନରେ ଘଡ଼ଘଡ଼ି ସହ କୁଆ ପଥର ବର୍ଷିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ କିଛି ସ୍ଥାନରେ ଝଡ଼ ପବନ ବର୍ଷା ସହ କୁଆପଥର ବର୍ଷା ନେଇ ଆଲର୍ଟ କରାଯାଇଛି। ଆଜି ପାଇଁ ୧୦ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ସେହି ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ଏବଂ ନବରଙ୍ଗପୁର। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସହ ୩୦ରୁ ୪୦ କିମି ବେଗରେ ବୋହିପାରେ ପବନ। କାଳବୈଶାଖୀ ପ୍ରଭାବରେ ତାପମାତ୍ରା ୨-୩ ଡିଗ୍ରୀ ଯାଏ କମିପାରେ।

ଅଧିକ ପଢ଼ନ୍ତୁ: ରାଜ୍ୟରେ ଫେରିଲା ତାତି, ୩ ଦିନ ପାଇଁ ହିଟୱେଭ୍ ୱାର୍ଣ୍ଣିଂ

Advertisment
Advertisment