/odishatv-khabar/media/post_attachments/uploadimage/library/16_9/16_9_0/IMAGE_1647175823.jpg)
Hot Weather
ଆସନ୍ତା ୧୬ ତାରିଖରୁ ରାଜ୍ୟରେ ବଢିବ ତାତି । ବିଶେଷ କରି ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଅସହ୍ୟ ଗ୍ରୀଷ୍ମ ଲହରୀ ଆଶଙ୍କା ରହିଛି । ଭାରତୀୟ ପାଣିପାଗ ବିଭାଗ-ଆଇଏମଡି ଏଭଳି ପୂର୍ବାନୁମାନ କରିଛି । ୧୬ ଓ ୧୭ ଦୁଇ ଦିନ ପାଇଁ ବିଭିନ୍ନ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Advertisment
୧୬ ତାରିଖରେ ପଶ୍ଚିମ ଓଡ଼ିଶାର ବଲାଙ୍ଗିର, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୧୭ ତାରିଖ ପାଇଁ ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ଟିଟିଲାଗଡ଼ରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୭ ଦଶମିକ ୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)