Advertisment

କାଲିଠୁ ବଢିବ ତାତି, ଦିନରେ ୪ ଘଣ୍ଟା ବସ୍‌ ଚଳାଚଳ ବନ୍ଦ ନିଷ୍ପତ୍ତି

ରାଜ୍ୟରେ ସମ୍ଭାବ୍ୟ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବସ୍ ଯାତ୍ରୀଙ୍କ ପାଇଁ ଗାଇଡଲାଇନ ଜାରି କରିଛି ପରିବହନ ବିଭାଗ।

ଅଦ୍ୟତନ ହୋଇଛି
Heat Wave

Heat Wave

Advertisment

ଆସନ୍ତା ୧୬ ତାରିଖରୁ ରାଜ୍ୟରେ ବଢିବ ତାତି। ବିଶେଷ କରି ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଅସହ୍ୟ ଗ୍ରୀଷ୍ମ ଲହରୀ ଆଶଙ୍କା ରହିଛି। ଆଇଏମଡିର ପୂର୍ବାନୁମାନ ଅନୁସାରେ ୧୬ ଏବଂ ୧୭ ତାରିଖ ଦୁଇ ଦିନ ଧରି ବିଭିନ୍ନ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୬ ତାରିଖରେ ପଶ୍ଚିମ ଓଡ଼ିଶାର ବଲାଙ୍ଗିର, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Advertisment

ସେହିପରି ୧୭ ତାରିଖ ପାଇଁ ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଗତକାଲି ଅନୁଗୁଳ, ଝାରସୁଗୁଡା, ବଲାଙ୍ଗିରରେ ୩୮ ଡିଗ୍ରୀ ରୁ ଅଧିକ ତାପମାତ୍ରା ଏବଂ ଟିଟିଲାଗଡରେ ୩୮.୦ ଡିଗ୍ରୀ ରେକର୍ଡ କରାଯାଇଛି।

ଗତକାଲି ରାଜ୍ୟରେ ଉତ୍ତପ୍ତ ସହର ଭାବେ ବଲାଙ୍ଗିରରେ ୩୮.୩ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି। କାଲି ଭୁବନେଶ୍ୱରରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୬.୬ ଡିଗ୍ରୀ ଏବଂ କଟକରେ ୩୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

Advertisment

ସେପଟେ ରାଜ୍ୟରେ ସମ୍ଭାବ୍ୟ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବସ୍ ଯାତ୍ରୀଙ୍କ ପାଇଁ ଗାଇଡଲାଇନ ଜାରି କରିଛି ପରିବହନ ବିଭାଗ। ପରିବହନ ବିଭାଗ ପକ୍ଷରୁ ଅଧିକ ଖରା ସମୟ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଯାଏଁ ବସ୍ ଚଳାଚଳ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ବସ୍‌ରେ ସ୍ୱଚ୍ଛ ପାନୀୟ ଜଳ, ବରଫ ଓ ORS ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ବସ୍ ରହଣି ସ୍ଥଳରେ ଜଳଛତ୍ର ବ୍ୟବସ୍ଥା ଓ ବସ୍‌ରେ ଅଧିକ ସଂଖ୍ୟକ ଯାତ୍ରୀ ନନେବାକୁ ପରାମର୍ଶ ଦିଆଯାଇଛି। ସେହିଭଳି ଜାତୀୟ ରାଜପଥରେ କିଓସ୍କ, ବସଗୁଡ଼ିକ ନିୟମ ପାଳନ କରୁଛନ୍ତି କି ନାହିଁ ତାର ଉପଯୁକ୍ତ ଯାଞ୍ଚ, ଜିଲ୍ଲା ସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଆଦି ଖୋଲିବାକୁ କୁହାଯାଇଛି।

Advertisment
Yellow Warning Heat Wave
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ