Advertisment

ପୁଣି ତାତିଲା, ଘରୁ ବାହାରିଲେ ଦେହ ମୁଣ୍ଡ ପୋଡ଼ିଯାଉଛି

ଆଗାମୀ ଦିନେ କି ୨ଦିନ ପରେ ଉପକୂଳ ଓଡିଶାରୁ ହିଟ-ୱେଭ ଉପରେ ଲାଗିପାରେ ବ୍ରେକ । ୬ ତାରିଖ ପରେ ରାଜ୍ୟରୁ ଗ୍ରୀଷ୍ମ ପ୍ରବାହରେ ବ୍ରେକ ସମ୍ଭାବନା ରହିଛି ।

author-image
Satyendu Shekher Mishra
ଅଦ୍ୟତନ ହୋଇଛି
heatwave Alert For Odisha

heatwave

ରାଜ୍ୟରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଗତକାଲି ୪୪.୬ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ଥିଲା। ୭ଟି ସହରରେ ଦିନ ତାପମାତ୍ରା ୪୩ ଡିଗ୍ରୀ କିମ୍ବା ତାଠାରୁ ଅଧିକ ଥିଲା। ୨୬ଟି ସହରରେ ପାରଦ ୪୦ ଡିଗ୍ରୀ ପାର୍ କରିଥିଲା। ଆଜି ମଧ୍ୟ ସେହିଭଳି ଝାଞ୍ଜି ବହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ଗତ ୧୫ ଦିନ ହେବ ଏତେ ମାତ୍ରାରେ ଅସହ୍ୟ ଗରମ ଗୁଳୁଗୁଳି ହେଉଛି ଯେ, ସକାଳ ୭ଟାରୁ ଘରୁ ବାହାରିବା ମୁସ୍କିଲ୍ ହୋଇପଡୁଛି।

Advertisment

ତେବେ ଆଗାମୀ ଦିନେ କି ୨ଦିନ ପରେ ଉପକୂଳ ଓଡିଶାରୁ ହିଟ-ୱେଭ ଉପରେ ଲାଗିପାରେ ବ୍ରେକ । ୬ ତାରିଖ ପରେ ରାଜ୍ୟରୁ ଗ୍ରୀଷ୍ମ ପ୍ରବାହରେ ବ୍ରେକ ସମ୍ଭାବନା ରହିଛି । 

ଦିନକ ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳ ବୈଶାଖୀ ପ୍ରଭାବରେ ଘଡଘଡି ସହ ପ୍ରବଳ ପବନ ବର୍ଷା ହୋଇଥିଲା l ଗଜପତି ଜିଲ୍ଲା ମୋହନାରେ ଗତକାଲି କାଳ ବୈଶାଖୀର ତାଣ୍ଡବ ଦେଖୁବାକୁ ମିଳିଥିଲା l ପ୍ରାୟ ଘଣ୍ଟାଏ କାଳ ପ୍ରବଳ ପବନ ସହ ବର୍ଷା ହୋଇଥିଲା l ପ୍ରବଳ ପବନ ଯୋଗୁଁ ମୋହନା ବଜାରର କିଛି ଉଠା ଦୋକାନୀ ନଷ୍ଟ ହୋଇଯାଇଛି । ବର୍ଷା ଯୋଗୁଁ ଲୋକେ ଗରମରୁ ସାମାନ୍ୟ ଆଶ୍ୱସ୍ତି ଅନୁଭବ କରିଥିଲେ l

Advertisment

ପାଣିପାଗ ବିଭାଗ ରେକର୍ଡ କହୁଛି, ଗତ ୧୫ ବର୍ଷରେ ସର୍ବାଧିକ ଗ୍ରୀଷ୍ମପ୍ରବାହ ୨୦୧୦ରେ ଏପ୍ରିଲ ମାସରେ ୨୩ ଦିନ ଦୁଇଟି ଅବଧିରେ ଅନୁଭୂତ ହୋଇଥିଲା । କିନ୍ତୁ ୨୦୧୬ରେ ଲଗାତର ଭାବେ ୨୧ ଦିନ ଅର୍ଥାତ୍ ୧୦ ଏପ୍ରିଲରୁ ୩୦ ଏପ୍ରିଲ ଯାଏଁ ରହିଥିଲା ଗ୍ରୀଷ୍ମପ୍ରବାହ ।

କାହିଁକି ବଢୁଛି ଗ୍ରୀଷ୍ମପ୍ରବାହ ଦିନ ?

ଚଳିତ ବର୍ଷ ଓଡ଼ିଶାରେ ଏଭଳି ଗ୍ରୀଷ୍ମପ୍ରବାହକୁ ନେଇ ପରିବେଶବିତଙ୍କ ଭିନ୍ନ ମତ ରହିଛି । ଗ୍ରୀଷ୍ମଦିନରେ ଓଡ଼ିଶା ମଧ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଉତ୍ତପ୍ତ ବାୟୁ ପ୍ରବାହ, ସମୁଦ୍ର ମଧ୍ୟରୁ ସ୍ଥଳ ଭାଗକୁ ବାୟୁ ପ୍ରବାହିତ ନହେବା, ଆଣ୍ଟି ସାଇକ୍ଲୋନିକ ପ୍ରକ୍ରିୟା, ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁରୁ ବାହାରୁଥିବା ଉତ୍ତପ୍ତ ପବନ ହେଉଛି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଦିନ ବୃଦ୍ଧି ହେବାର ପ୍ରମୁଖ କାରଣ ।

Weather News Weather Update Heat Wave
Advertisment
Advertisment