• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ପୁଣି ରାଜ୍ୟରେ ଧିରେ ଧିରେ ବୃଦ୍ଧି ପାଉଛି ତାତି । ଆସନ୍ତା ୫ ଦିନ ଭିତରେ ତାପମାତ୍ରା ୫ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ନେଇ ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାର ଜଗତସିଂହପୁର, ଗଞ୍ଜାମ ଭଳି ଜିଲ୍ଲାରେ ଗୁଳୁଗୁଳି ଅଧିକ ହେବ । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଗତକାଲି ଚାନ୍ଦବାଲିରେ ୩୮.୫ ଡିଗ୍ରୀ, ବାଲେଶ୍ୱରରେ ୩୭.୨ ଡିଗ୍ରୀ ଏବଂ ଭୁବନେଶ୍ୱରରେ ୩୮.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା । ସେହିଭଳି ଗୋପାଳପୁରରେ ୩୪.୬, କେନ୍ଦୁଝରରେ ତାପମାତ୍ରା ୩୪.୫ ଡିଗ୍ରୀ ରହିଛି । ଝାରସୁଗୁଡ଼ା, ରାଉରକେଲାରେ ୩୬ ଡିଗ୍ରୀ ଉପରେ ରହିଛି ତାପମାତ୍ରା ।

ସେପଟେ ଆସନ୍ତା ୫ ଦିନ ଭିତରେ ପୁଣି ଖରା ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ବଢ଼ିବା ନେଇ ସୂଚନା ରହିଛି । ସୂଚନା ଅନୁସାରେ ଗତକିଛି ଦିନ ଧରି ପାଗରେ ପରିବର୍ତ୍ତନ ଯୋଗୁଁ ଖରା, ତାତିରୁ ଲୋକଙ୍କୁ ଆଶ୍ଵସ୍ତି ମିଳିଥିଲା । ପଶ୍ଚିମା ଝଡ଼ ପ୍ରଭାବ ଅପସରି ଯାଇଥିବାବେଳେ ଉତ୍ତର ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଶନିବାର ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ ।

୧୫ ଓ ୧୬ ତାରିଖ ପାଇଁ ପାଣିପାଗ ବିଭାଗ ପକ୍ଷରୁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୭ରୁ ୨୦ ତାରିଖ ବେଳକୁ ତାପମାତ୍ରା ଆହୁରି ଅଧିକ ବୃଦ୍ଧି ପାଇବା ସମ୍ଭାବନା ରହିଛି । କିଛି ସ୍ଥାନରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁପାରେ । ତେଣୁ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।