/odishatv-khabar/media/post_attachments/uploadimage/library/16_9/16_9_0/Heat_Wave__1647396954.jpg)
Heat Wave
ଆଜିଠୁ ବଢ଼ିବ ତାପମାତ୍ରା। ଖରାରେ ସିଝିବ ସାରା ଓଡ଼ିଶା। ୧୮ ତାରିଖ ଯାଏ ରାଜ୍ୟରେ କିଛି ଜିଲ୍ଲାରେ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। କିଛି ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ। ଦିନ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ୧୩ଟି ସ୍ଥାନରେ ତାପମାତ୍ରା ୩୮ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି।
Advertisment
ଗତକାଲି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଭାବେ ଅନୁଗୁଳରେ ତାପମାତ୍ରା ୩୯.୭ ରେକର୍ଡ କରାଯାଇଥିଲା। ସେହିପରି ବୌଦ୍ଧ ଓ ଟିଟିଲାଗଡ଼ରେ ତାପମାତ୍ରା ୩୯ ଡିଗ୍ରୀ ଥିବା ବେଳେ ବାରିପଦା, ସୋନପୁରରେ ତାପମାତ୍ରା ୩୯ ଡିଗ୍ରୀ ଉପରେ ରହିଥିଲା।
ସେହିପରି ୧୨ଟି ସହରରେ ତାପମାତ୍ରା ୩୮ ଡିଗ୍ରୀ କିମ୍ବା ତାଠାରୁ ଅଧିକ ଥିଲା। ରାଜଧାନୀ ଭୁବନେଶ୍ୱରରେ ୩୮.୧ ଏବଂ କଟକରେ ୩୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଥିଲା। ରାଜ୍ୟରେ କେତେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରକୁ ଯାଇପାରେ। ଏଥିପାଇଁ ୮ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)