ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଏପରିକି ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ୁଛି। ସୂର୍ଯ୍ୟଦେବଙ୍କ ଅଗ୍ନି ବର୍ଷା କାରଣରୁ ରାସ୍ତାକୁ ବାହାରିବାକୁ ସାହସ କରିପାରୁନାହାନ୍ତି ଲୋକେ। ଖରା ଦାଉରୁ ରକ୍ଷା ପାଇବା ପାଇଁ ବାହାରକୁ ବାହାରିବା ପୂର୍ବରୁ ମୁଣ୍ଡରେ ଗାମୁଛା ଓ ହାତରେ ପାଣି ବୋତଲ ଧରି ଯିବାକୁ ପଡ଼ୁଛି।
ଗୋଟିଏପଟେ ତାତି କେବେ କମିବ ଓ କେବେ ମୁକ୍ତି ମିଳିବ ଲୋକମାନେ ଚାହିଁ ଥିବାବେଳେ ଆଗାମୀ ୨ ଦିନ ଯାଏ ତାତିରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି ଜଣାପଡ଼ିଛି। ବରଂ ତାତି ଆହୁରି ବଢ଼ିବ। ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ୱାଭାବିକ ତାପମାତ୍ରା ଠାରୁ ୩ରୁ ୫ ଡିଗ୍ରୀ ଯାଏ ଅଧିକ ତାତି ରହିପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ଆଜି ୧୧ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା-ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗିର।
✔️ଆଜି ୧୧ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ପାଇଁ ଚେତାବନୀ ଜାରି
— Meteorological Centre, Bhubaneswar (@mcbbsr) April 29, 2022
✔️ଆଗାମୀ ୨ ଦିନ ଯାଏଁ ତାତିରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ
✔️ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ୱାଭାବିକ ଠାରୁ ୩ ରୁ ୫ ଡ଼ିଗ୍ରୀ ଯାଏଁ ଅଧିକ ରହିବ ତାତି