Advertisment

ଆହୁରି ୫ ଦିନ ଅଗ୍ନିବର୍ଷା ! ୧୬ ତାରିଖ ଯାଏ ସତର୍କ ରୁହନ୍ତୁ...

ରାଜ୍ୟରେ ଗ୍ରୀଷ୍ଣ ପ୍ରବାହ  ଜାରି ରହିଛି। ଆହୁରି ୫ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅଦ୍ୟତନ ହୋଇଛି
Heat Wave Alert For Odishahe

Heatwave Conditions Likely To Continue In Next Five Days

Advertisment

ରାଜ୍ୟରେ ଗ୍ରୀଷ୍ଣ ପ୍ରବାହ  ଜାରି ରହିଛି। ଆହୁରି ୫ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସ୍ଥଳଭାଗକୁ ସାମୁଦ୍ରିକ ବାୟୁ ପ୍ରବାହ କମିଥିବାରୁ ତାପମାତ୍ରା ବଢୁଛି। ଉତ୍ତର- ଉତ୍ତର ପଶ୍ଚିମ ଦିଗରୁ ବହୁଥିବା ଶୁଷ୍କ ବାୟୁ ପ୍ରଭାବରେ ତାପମାତ୍ରା ଆହୁରି ବଢ଼ିବ ବୋଲି ବିଶେଷଜ୍ଞ ଆକଳନ କରିଛନ୍ତି।

Advertisment

ଆସନ୍ତା ୧୬ ତାରିଖ ଯାଏ ଅଗ୍ନିବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରାଇଛି। ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ କୁହାଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନ ବିଶେଷ ଭାବେ ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ସମେତ ଉପକୂଳ ଜିଲ୍ଲା ଗୁଡ଼ିକରେ ତାପମାତ୍ରା ବୃଦ୍ଧି ଘଟିବ। ଚଳିତ ବର୍ଷ ରାଜ୍ୟରେ ପ୍ରଥମ ଥର ଲାଗି ତାପମାତ୍ରା ୪୦ ଡିଗ୍ରୀ ପାର୍‌ କରିଥିଲା।

ସୂଚନାଥାଉ କି, ଗତକାଲି ଝାରସୁଗୁଡ଼ା ରେ ସର୍ବୋଚ୍ଚ ତାପମାତ୍ରା ୪୦.୪ ଡିଗ୍ରୀ ରହିଥିବା ବେଳେ ବାରିପଦାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିଲା। ରାଜଧାନୀ ଭୁବନେଶ୍ୱର, କଟକ ସମେତ ଆଉ କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ରହିଥିଲା। 

Advertisment

Weather Update Heat Wave
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ