Advertisment

Heatwave Warning: ଭୀଷଣ ଗରମ ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ, ୧୩ ତାରିଖରେ ଲଘୁଚାପ ସମ୍ଭାବନା

ଗଜପତି, ଗଂଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲାରେ ଅସହ୍ୟ ଗୁଳୁଗୁଳି ଏବଂ ପ୍ରବଳ ଗ୍ରୀଷ୍ମ ପ୍ରହାବହ ଅନୁଭୂତ ହେବ। ଏପଟେ ଆଜିଠୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଏକାଧିକ ଜିଲ୍ଲାକୁ ବର୍ଷା ପବନ ସହ ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

author-image
Saroj Kumar Jena
heatwave

heatwave

ରାଜ୍ୟରେ ଭୀଷଣ ଗ୍ରୀଷ୍ମପ୍ରବାହ ସହ କାଳବୈଶାଖୀ ଚେତାବନୀ। ଉପକୂଳବର୍ତ୍ତୀ ଜିଲ୍ଲାକୁ ଭୀଷଣ ଗରମ ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଜି ପାଇଁ ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଗଜପତି, ଗଂଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲାରେ ଅସହ୍ୟ ଗୁଳୁଗୁଳି ଏବଂ ପ୍ରବଳ ଗ୍ରୀଷ୍ମ ପ୍ରହାବହ ଅନୁଭୂତ ହେବ। ଏପଟେ ଆଜିଠୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଏକାଧିକ ଜିଲ୍ଲାକୁ ବର୍ଷା ପବନ ସହ ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଅଧିକ ପଢ଼ନ୍ତୁ: ଶ୍ରୀମନ୍ଦିରରେ ଅଘଟଣ, ତତଲା ଡାଲି ପଡି ୭ ଭକ୍ତ ଆହତ

ରବିବାର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ପ୍ରଦାନ କରାଯାଇଛି। ଆଜି ପାଇଁ ୪ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଓ ପବନ ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ତାତିରୁ ଆଶ୍ବସ୍ତି ମିଳିବାକୁ ଯାଉଛି। ମୌସୁମୀ ଆସି ଉଭାନ ହୋଇ ଯାଇଥିବା ବେଳେ ଏହା ମଧ୍ୟରେ ପାଣିପାଗ ବିଭାଗର ପୂର୍ବନୁମାନ ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ଦେଇଛି। ଏହା ସହିତ ଆସନ୍ତା କାଲି ପାଇଁ ୨୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ବର୍ଷା ହେବା ନେଇ ଚେତାବନୀ ମିଳିଛି। ଅନ୍ୟପକ୍ଷରେ, ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ।

Advertisment

ଅଧିକ ପଢ଼ନ୍ତୁ: ବେଙ୍ଗାଲୁରୁ ଟ୍ରାଜେଡି, ୧୦ ଲକ୍ଷ ଅନୁକମ୍ପା ଘୋଷଣା କଲା RCB

Heatwave Heatwave In Odisha Monsoon
Advertisment
Advertisment