Heatwave To Continue In Odisha For Next Two Days
ରାଜ୍ୟବାସୀଙ୍କୁ ଆହୁରି କଲବଲ କରିବ ତାତି। ଆସନ୍ତା ୨ ଦିନ ରାଜ୍ୟରେ ଅତ୍ୟଧିକ ଗ୍ରୀଷ୍ଣ ପ୍ରବାହ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ହିଟ୍ ୱେଭ୍ ସତର୍କତା ଜାରି କରିଛି। ଏହି ସମୟ ମଧ୍ୟରେ ତାପମାତ୍ରା ସ୍ୱାଭାବିକଠୁ ୪ରୁ ୬ ଡିଗ୍ରୀ ଅଧିକ ରହିବା ସମ୍ଭାବନା ରହିଛି। ଆବଶ୍ୟକ ନଥିଲେ ଦିନ ୧୧ଟାରୁ ୩ଟା ମଧ୍ୟରେ ବାହାରକୁ ବାହାରିବାକୁ ବାରଣ କରାଯାଇଛି।
ଆଜି ପାଇଁ ୧୨ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି। ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି ଏବଂ କେନ୍ଦୁଝର ଜିଲ୍ଲା ପାଇଁ ସିଭିୟର ହିଟ୍ ୱେଭ୍ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ କନ୍ଧମାଳ, ନୂଆପଡ଼ା, ସୁନ୍ଦରଗଡ଼ ଏବଂ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆଜି ସକାଳ ୫ଟା ୩୦ ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୩୦ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ଆର୍ଦ୍ରତା ୮୮ % ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ସେପଟେ କାଳବୈଶାଖୀ ନେଇ ୮ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ଆଜି ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/s_1686536428.jpg)