/odishatv-khabar/media/post_attachments/uploadimage/library/16_9/16_9_0/Cold_Wave_1702694763.jpg)
Cold Wave
ରାଜ୍ୟରେ ଖସୁଛି ପାରଦ, ବଢୁଛି ଥଣ୍ଡା। ପଶ୍ଚିମରୁ ଦକ୍ଷିଣ, ଉତ୍ତରରୁ ଉପକୂଳ ସବୁଠି ଅସହ୍ୟ ଜାଡ଼ରେ ଅସ୍ତବ୍ୟସ୍ତ ସାଧାରଣ ଜନଜୀବନ। ବିଶେଷକରି ଉପାନ୍ତ ଓ ପାହାଡିଆ ଅଞ୍ଚଳ ମାନଙ୍କରେ ଅଧିକ ଶୀତ ଅନୁଭୂତ ହେଉଛି । ରାଜ୍ୟର କିଛି କିଛି ସ୍ଥାନରେ ଘନ କୁହୁଡି ମଧ୍ୟ ଦେଖିବାକୁ ମିଳିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ଆଖପାଖରେ ଥିବା ବେଳେ କୋରାପୁଟ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପାରଦ ୧୦ ଡିଗ୍ରୀ ରହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅସହ୍ୟ ଜାଡ଼ରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି।
ସେପଟେ ଘନ କୁହୁଡି ବଳୟରେ ବଣାଇ। ୧୦ ମିଟର ପର୍ଯ୍ୟନ୍ତ ଦେଖାଯାଉନି ରାସ୍ତା । ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଂଚଳରେ ଦେଖାଦେଇଛି ଘନ କୁହୁଡି । ଏପରି ଘନ କୁହୁଡି ଯୋଗୁଁ ୧୦ ମିଟର ପର୍ଯ୍ୟନ୍ତ ରାସ୍ତା ଦେଖାଯାଉନାହିଁ । ସତେ ଯେପରି ଧଳା ଚାଦର ଆସ୍ତରଣରେ ଢାଙ୍କି ହୋଇପଡିଛି ବଣାଇ ଅଂଚଳ ।
ସେହିପରି ସପ୍ତାହ ହେଲାଣି ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ଜାଡ ଅନୁଭୁତ ହେଉଛି । ସକାଳେ କୁହୁଡିର ଧଳା ଚାଦରରେ ଢାକିଂ ହୋଇଯାଉଛି ରାସ୍ତାଘାଟ । ବର୍ଷା ଛାଡିଲା ପରେ ଜାଡ ଶୀତ ଯୋଗୁଁ ସାଧାରଣଲୋକଙ୍କ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)