Advertisment

ଜଳୁଛି ରାଜଧାନୀ, ଓଡ଼ିଶାରେ ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର

ଜଳୁଛି ସାରା ରାଜ୍ୟ। ଅସହ୍ୟ ତାତିରେ ଅସ୍ତବ୍ୟସ୍ତ ହେଲାଣି ଜନଜୀବନ। ଆଗାମୀ ୪ ଦିନ ଯାଏଁ ପ୍ରଚଣ୍ତ ଗ୍ରୀଷ୍ମ ପ୍ରବାହ ଲାଗି ରହିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।

ଅଦ୍ୟତନ ହୋଇଛି
Bhubaneswar Heat Wave

Bhubaneswar Heat Wave

Advertisment

କାଳବୈଶାଖୀ ପାଇଁ ତାତିରୁ ଦୁଇ ଦିନ ହେଲା ସାମାନ୍ୟ ଆଶ୍ୱସ୍ତି ମିଳିଥିବା ବେଳେ ଆଗକୁ ଆହୁରି ଖରା ଜାଳିବ । ଏହି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୬ ତାରିଖରେ ଫେରିବ ଗ୍ରୀଷ୍ମ ଲହରୀ । ତା ସହିତ ୨୭ ତାରିଖରେ ରାଜ୍ୟର ଅଧା ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇପାରେ ବୋଲି କୁହାଯାଇଛି।

Advertisment

ସେପଟେ ଆଜି ଭୁବନେଶ୍ବର ରହିଛି ରାଜ୍ୟର ସବୁଠୁ ଉତ୍ତପ୍ତ ସହର। ଦିନ ଅଢ଼େଇଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୧.୮ ଡିଗ୍ରୀ ସେଲସିୟସ ଥିଲା । ଚାନ୍ଦବାଲିରେ ୪୦.୪ଂ, ବାଲେଶ୍ୱରରେ ୪୦.୩ ଡିଗ୍ରୀ ରହିଛି ପାରଦ। କାଳବୈଶାଖୀ

ଅନ୍ୟପଟେ ଜଳୁଛି ସାରା ରାଜ୍ୟ। ଅସହ୍ୟ ତାତିରେ ଅସ୍ତବ୍ୟସ୍ତ ହେଲାଣି ଜନଜୀବନ। ଆଗାମୀ ୪ ଦିନ ଯାଏଁ ପ୍ରଚଣ୍ତ ଗ୍ରୀଷ୍ମ ପ୍ରବାହ ଲାଗି ରହିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ୨୩ ଓ ୨୪ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସାମାନ୍ୟ ହ୍ରାସ ଘଟିବ। ପାରଦ ୨ ରୁ ୩ ଡିଗ୍ରୀ ଖସିଲେ ବି ଏହା ୪୧ ଡିଗ୍ରୀ ପାଖାପାଖି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେଣୁ ଲୋକଙ୍କୁ ସତର୍କତା ଅବଲମ୍ବନ ଜାରି ରଖିବାକୁ କୁହାଯାଇଛି।

Advertisment

ଅଧିକ ପଢ଼ନ୍ତୁ: ୨୭ ଯାଏଁ ତାତିରୁ ନିସ୍ତାର ନାହିଁ ! ଆହୁରି ୪ ଦିନ ଜଳିବ

ପାଣିପାଗ ବିଭାଗ କହିଛି ୨୭ ଯାଏଁ  ତାତିରୁ ନିସ୍ତାର ନାହିଁ ! ଆହୁରି ୪ ଦିନ ଜଳିବ। ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ଏନେଇ ସୂଚନା ଦେଇଛନ୍ତି। ୨୪, ୨୫ରେ ଉତ୍ତର ଓ ଉପକୂଳରେ ଗ୍ରୀଷ୍ମପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୬ ଓ ୨୭ରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ସ୍ଥିତି ଗମ୍ଭୀର ହେବ। ୨୬ରେ ସିଭିୟର୍ ହିଟ୍ ୱେଭ୍ ନେଇ ୧୧ ଜିଲ୍ଲାକୁ, ୨୭ରେ ସିଭିୟର୍ ହିଟ୍ ୱେଭ୍ ନେଇ ୧୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଦିନ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ନେଇ ପୂର୍ବାନୁମାନ କରାଯାଇଛି।

Weather Update Heat Wave
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ