Advertisment

ରାଜଧାନୀରେ ନିଆଁ ବର୍ଷା ! ଘରୁ ବାହାରିଲେ ଦେହ ଜଳିଯାଉଛି

ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଗୁଳୁଗୁଳିର ପ୍ରଭାବ ଅଧିକ ରହିବ। ଗତକାଲି ଦିନର ତାପମାତ୍ରା ୪୨ ଡିଗ୍ରୀକୁ ଛୁଇଁବା ସହ ପ୍ରବଳ ଖରାରେ ସିଝିଥିଲା ସାରା ଓଡ଼ିଶା।

ଅଦ୍ୟତନ ହୋଇଛି
Heat Wave Alert For Odisha

Heat Wave

Advertisment

ନିଆଁ ବର୍ଷା । ଜଳୁଛି ରାଜଧାନୀ ଭୁବନେଶ୍ୱର । ତାପମାତ୍ରା ୪୪ ଡିଗ୍ରୀ ପାର୍ । ସର୍ବାଧିକ ତାପମାତ୍ରା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା । ଆଜି ତାପମାତ୍ରା ଆହୁରି ବଢ଼ିବା ନେଇ ଆଶଙ୍କା କରୁଛି ପାଣିପାଗ ବିଭାଗ ।

Advertisment

ତେବେ ଆସନ୍ତାକାଲି ବି ଜାରି ରହିବ ଭୀଷଣ ଗ୍ରୀଷ୍ମପ୍ରବାହ । ରାଜ୍ୟରେ ଏଭଳି ସ୍ଥିତି ଆହୁରି ୨ ରୁ ୩ ଦିନ ଲାଗି ରହିବ । ସମ୍ଭାବ୍ୟ ସ୍ଥିତିକୁ ଦେଖି ୬ ତାରିଖ ଯାଏଁ ୧୧ଟି ଜିଲ୍ଲାକୁ ହିଟୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି। ସେସବୁ ଜିଲ୍ଲା ହେଉଛି, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଟକ, ଭଦ୍ରକ, ଯାଜପୁର, ବଲାଙ୍ଗିର, କଳାହାଣ୍ଡି, ମାଲକାନଗିରି, କୋରାପୁଟ ଏବଂ ଢେଙ୍କାନାଳ।

ଏହି ୧୧ଟି ଜିଲ୍ଲାରେ ଦିନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ରାତିରେ ପ୍ରବଳ ଗରମ ଅନୁଭୁତ ହେବ। ଦିନ ତାପମାତ୍ରା ସାଧାରଣ ତାପମାତ୍ରାରୁ ଅଧିକ ୩ରୁ ୫ ଡିଗ୍ରୀ ରହିବ। ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଗୁଳୁଗୁଳିର ପ୍ରଭାବ ଅଧିକ ରହିବ। ଗତକାଲି ଦିନର ତାପମାତ୍ରା ୪୨ ଡିଗ୍ରୀକୁ ଛୁଇଁବା ସହ ପ୍ରବଳ ଖରାରେ ସିଝିଥିଲା ସାରା ଓଡ଼ିଶା।

Advertisment

ଅଧିକ ପଢ଼ନ୍ତୁ:୧୧ ଜିଲ୍ଲାରେ ହେବ ଭୀଷଣ ଗ୍ରୀଷ୍ମ ପ୍ରବାହ

ଗତକାଲି  ରାଜ୍ୟର ୧୧ଟି ସହରରେ ପାରଦ ଥିଲା ୪୦ ଡିଗ୍ରୀ ଉପରେ। ୪୨ ଡିଗ୍ରୀ ସହ ମାଲକାନଗିରି ଓ ବୌଦ୍ଧ ଚଳିତ ସିଜିନରେ ସର୍ବୋଚ୍ଚ ଦିନ ତାପମାତ୍ରା ରେକର୍ଡ କରାଯାଇଥିଲା । ସେହିପରି ଅନୁଗୁଳ ଓ ବଲାଙ୍ଗିର ୪୧.୭ ଏବଂ ଝାରସୁଗୁଡ଼ାରେ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ବରରେ ଗତକାଲି ପାରଦ ୩୭ଦଶମିକ ୪ ଡିଗ୍ରୀ ଥିଲେ ବି ପ୍ରବଳ ଗୁଳୁଗୁଳି ଅନୁଭୁତ ହୋଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ରାଜ୍ୟରେ ଗରମ ସହ ଅନେକ ସ୍ଥାନରେ ୫୦ରୁ ୭୦ ପ୍ରତିଶତ ଆର୍ଦ୍ରତା ରହୁଛି। ଏଭଳି ଉଷ୍ମ ଓ ଆର୍ଦ୍ର ସ୍ଥିତି ୩ ଦିନ ଲାଗି ରହିବ। ତେବେ ୬, ୭, ୮ ଓ ୯ ତାରିଖରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।ସେହିଭଳି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ବାହାରେ ସମାବେଶ ନକରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ନିର୍ବାଚନୀ ରାଲି ଓ ମେଳିରେ ସତର୍କତା ଅବଲମ୍ବନ ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି।

Advertisment
Weather Update Heat Wave
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ