/odishatv-khabar/media/post_attachments/uploadimage/library/16_9/16_9_0/Heat_Wave_1709442148.jpg)
Heat Wave
ଆଜି ବି ଜଳିବ, ଜାଳିବ, କଲବଲ କରିବ ତାତି। ଆସନ୍ତା ୬ ତାରିଖ ଯାଏଁ ଲାଗି ରହିବ ଅସହ୍ୟ ଗ୍ରୀଷ୍ମ ପ୍ରବାହ। ଦିନରେ ଯେତିକି ଗରମ ସହ ଗୁଳୁଗୁଳି ଅନୁଭୁତ ହେଉଛି, ରାତିରେ ବି ଅସ୍ତବ୍ୟସ୍ତ କରିବ। ସମ୍ଭାବ୍ୟ ସ୍ଥିତିକୁ ଦେଖି ଆଜିଠୁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ହିଟୱେଭ୍ ସହ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
Advertisment
ସେସବୁ ଜିଲ୍ଲା ହେଉଛି, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଟକ, ଭଦ୍ରକ, ଯାଜପୁର, ବଲାଙ୍ଗିର, କଳାହାଣ୍ଡି, ମାଲକାନଗିରି, କୋରାପୁଟ ଏବଂ ଢେଙ୍କାନାଳ। ଏହି ୧୧ଟି ଜିଲ୍ଲାରେ ଦିନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ରାତିରେ ପ୍ରବଳ ଗରମ ଅନୁଭୁତ ହେବ। ଅର୍ଥାତ ସାଧାରଣ ତାପମାତ୍ରାରୁ ଅଧିକ ୩ରୁ ୫ ଡିଗ୍ରୀ ରହିବ। ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଗୁଳୁଗୁଳିର ପ୍ରଭାବ ଅଧିକ ରହିବ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)