/odishatv-khabar/media/post_attachments/uploadimage/library/16_9/16_9_0/IMAGE_1724335552.jpg)
Odisha Weather
ଓଡିଶା ଉପରେ ସିରିଜ ଘୁର୍ଣ୍ଣିବଳୟ। ଦକ୍ଷିଣ ବଙ୍ଗଳାଦେଶ ଓ ତତସଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ । ଉତ୍ତର ଦିଗକୁ ଗତିକରୁଥିବା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଏହା ସହ ରାଜ୍ୟ ଉପରେ ମୌସୁମୀ ସକ୍ରିୟ ସହ ଝାଡଖଣ୍ଡ ଓ ତାର ଆଖପାଖରେ ମଧ୍ୟ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହା ଆଗକୁ ଘନୀଭୂତ ହୋଇପାରେ ବୋଲି ଆକଳନ କରିଛି ପାଣି ପାଗ ବିଭାଗ। ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ ହେବାର ସମ୍ଭାବନା ରହିଛି ।
ଆସନ୍ତା ୫ରୁ ୭ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟାରେ ଅନେକ ଜିଲ୍ଲାରେ ହାଲୁକାରୁ
ମଧ୍ୟମ ଧରଣର ବର୍ଷା ସହ କାଁଭାଁ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି । ଆସନ୍ତାକାଲି ପାଇଁ ମୟୁରଭଞ୍ଜ ସୁନ୍ଦରଗଡ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତା ୨୪ରୁ ବଢିବ ବର୍ଷା ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
୫ ଦିନ ଯାଏଁ ଲଗାଣ ବର୍ଷା ଆକଳନ କରିଛି ପାଣିପାଗ ବିଭାଗ । ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା ହାଲୁକାରୁ ମଧ୍ୟମ ଧରଣର ସହ କିଛି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହି ସୂଚନା ଦେଇଛନ୍ତି । ୨୪ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଲାଗି ରହିବ । ତେବେ ବର୍ଷାର ପରିମାଣ ୨୬ ପରଠାରୁ କମିବ ବୋଲି ପୂର୍ବାନୁମାନ କରୁଛି ପାଣିପାଗ ବିଭାଗ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)