Advertisment

Heavy Rain Alert: ସୃଷ୍ଟି ହେଲା ଲଘୁଚାପ, ୨୭ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଓ ପବନ ସମ୍ଭାବନା

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା। ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Heavy Rain Alert

Heavy Rain Alert

Advertisment

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା। ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Advertisment

ଆଜି କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ବାକି ୧୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଜାରି ହୋଇଛି ୟେଲୋ ସତର୍କତା।

ଏଥିରୁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷିପାରେ। ଆସନ୍ତାକାଲି ଓ ପରଦିନ ସାରା ରାଜ୍ୟରେ ବର୍ଷା ହେବ। କାଲି ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଓ କେନ୍ଦୁଝରକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି।

Advertisment

୮ ଜିଲ୍ଲାକୁ ଅରେଞ୍ଜ ଓ ବାକି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ୨୭ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗିବ ରହିବ। ଏହି ସମୟରେ ଅଶାନ୍ତ ରହିବ ସମୁଦ୍ର। ଏଥିପାଇଁ ଆଜିଠାରୁ ୨୭ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି। ... 

ଅଧିକ ପଢନ୍ତୁ: ଏକାଠି ହେବେ କି ବିଜେଡି-କଂଗ୍ରେସ, ଅନାସ୍ଥା ପ୍ରସ୍ତାବ ବଢାଇଲା ଚର୍ଚ୍ଚା

Advertisment
Bay Of Bengal Rain Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ