Advertisment

୪ଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ; ଆଜି ପାଇଁ ୮ଜିଲ୍ଲାକୁ ସତର୍କତା ଜାରି

ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ଓ ବିସ୍ତୃତି। ବଙ୍ଗୋପସାଗରରେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

author-image
Sonali Ojha
Heavy rain alert in Odisha

Heavy rain alert in Odisha

ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ଓ ବିସ୍ତୃତି । ବଙ୍ଗୋପସାଗରରେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ୧୪ ଓ ୧୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ । ଆଜି ପାଇଁ ୮ ଜିଲ୍ଲା, ଆସନ୍ତାକାଲି ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Advertisment

ଆଂଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁଯାୟୀ, ଗତକାଲି ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଥିଲା। ତେବେ ପାରାଦୀପରେ ସର୍ବାଧିକ ୭୩.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆଗାମୀ ୪ଦିନ ଯାଏ ବର୍ଷା ଲାଗି ରହିବ। ଏଥିସହ ବିଜୁଳି ଓ ଘଡ଼ଘଡ଼ି ନେଇ ସତର୍କତା ଜାରି କରାଯାଇଛି। ଆଜି ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ଏଥିସହ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ବିଶେଷକରି ମାଲକାନଗିରି, କୋରାପୁଟ, ନବରଂଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝରରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

ସେହିପରି ୧୪ତାରିଖ ବା ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ୱଲପୁର, ଦେଓଗଡ଼, ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ ଓ କଳାହାଣ୍ଡିରେ ବର୍ଷା ସମ୍ଭାବନା ରହିଛି। ୧୫ ତାରିଖରେ ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ ବିଭାଗ। ନବରଂଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ ଓ କଳାହାଣ୍ଡିରେ ପ୍ରବଳ ବର୍ଷିବା ନେଇ ପୂର୍ବାନୁମାନ କରାଯାଇଛି। ସେହିପରି ୧୬ତାରିଖ ପାଇଁ ମଧ୍ୟ ସତର୍କତା ଜାରି କରାଯାଇଛି। ଗଜପତି, ଗଞ୍ଜାମ, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳରେ ପ୍ରବଳ ବର୍ଷା ନେଇ ସୂଚନା ଦେଇଛନ୍ତି ଆଂଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା।

Advertisment

Yellow Warning Heavy Rainfall
Advertisment
Advertisment