Advertisment

Heavy Rain Alert: ପ୍ରବଳ ବର୍ଷା; ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ଆଗାମୀ ୩ ଦିନ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ମୟୁରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

WEATHER

WEATHER

Advertisment

ରାଜ୍ୟରେ ଆଗାମୀ ୩ ଦିନ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ଵର୍ଷାକୁ ନେଇ ସୁନ୍ଦରଗଡ ମୟୁରଭଞ୍ଜ କେନ୍ଦୁଝର ଓ ବାଲେଶ୍ୱର ଏହି ୪ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ।

Advertisment

ସେହିପରି ଆସନ୍ତାକାଲି ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୨୦ ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଟ୍ରପ ଲାଇନ ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେଉଥିବା ବେଳେ ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷାର ଚେତାବନୀ ରହିଛି ପାଣିପାଗ ବିଭାଗ। ସେପଟେ କେନ୍ଦ୍ରାପଡାର ରାଜନଗରରେ ସର୍ବାଧିକ ୯୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Heavy Rainfall Alert IMD Forecast
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ