/odishatv-khabar/media/post_attachments/uploadimage/library/16_9/16_9_0/IMAGE_1745904331.jpg)
Weather Alert
କମିଲା ତାତି, ଆଶ୍ବସ୍ତି ଆଣିଲା କାଳବୈଶାଖୀ । ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହେବାନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଏଥିପାଇଁ ଆଜି ୫ ଜିଲ୍ଲା- ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ମଧ୍ୟାହ୍ନ ଓ ସନ୍ଧ୍ୟା ସମୟରେ ଘଡ଼ଘଡ଼ି ବିଜୁଳି ସହିତ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ ।
ସେହିଭଳି ସୁନ୍ଦରଗଡ଼, ଝାରୁସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କନ୍ଧମାଳ, ମାଲକାନଗିରି, କୋରାପୁଟ, ପୁରୀ, ନୟାଗଡ଼, ଖୋର୍ଦ୍ଧା ଆଦି ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ସହ ଝଡ଼ବର୍ଷା ହୋଇପାରେ ।
ଅଧିକ ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ଲୋକେ; ଆହୁରି ବଢିବ ତାତି!
ତେବେ ଆସନ୍ତା ମେ ଦୁଇ ତାରିଖ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି । ପରେ ତାପମାତ୍ରାରେ ୨ରୁ ୪ଡିଗ୍ରୀ ବୃଦ୍ଧି ପାଇବ ।
ସୂଚନାଯୋଗ୍ୟ,ରାଜ୍ୟରେ ପ୍ରଚଣ୍ଡ ତାତିରେ କଲବଲ ହେଉଥିଲା ଜନଜୀବନ । ତତଲା କଡ଼େଇରେ ଭାଜି ହେଉଥିଲା ସାରା ଓଡ଼ିଶା । ହେଲେ କାଳବୈଶାଖୀ ବର୍ଷା ଆଣି ଦେଇଛି ଆଶ୍ୱସ୍ତି। ଗତକାଲି ଟ୍ୱିନ ସିଟି ସହ କିଛି ଜିଲ୍ଲାରେ ବର୍ଷା ସହ ପବନ ହୋଇଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)