ଏହି ୧୨ ଜିଲ୍ଲାରେ ପ୍ରବଳ ବର୍ଷିବ...

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଂଜ ଦେଓଗଡ଼, ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ।

Heavy Rain

୧୨ ଜିଲ୍ଲାରେ ପ୍ରବଳ ବର୍ଷିବ । ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଂଜ, ଦେଓଗଡ଼, ସୁନ୍ଦରଗଡ଼ ।

ବଙ୍ଗୋପ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଫଳରେ ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଓଡ଼ିଶା ଓ ପଶ୍ଚିମବଂଗ ଉପକୂଳକୁ ଲାଗି କେନ୍ଦ୍ରୀଭୂତ ହୋଇଛି ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପ୍ରଥମେ ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା । ଏବେ ଏହା ୧୨ ଜିଲ୍ଲାକୁ ବ୍ୟାପିଛି । ଏହା ସହ ଅନ୍ୟ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି ।