/odishatv-khabar/media/post_attachments/uploadimage/library/16_9/16_9_0/IMAGE_1692261776.jpg)
Heavy Rain In Bhubaneswar
ଟ୍ୱିନ୍ ସିଟିରେ ପ୍ରବଳ ବର୍ଷିବ ! ଆଜି ସନ୍ଧ୍ୟା ୭ଟା ଯାଏ ଟ୍ୱିନ୍ ସିଟିକୁ ବର୍ଷା ସତର୍କତା ଜାରି କରାଯାଇଛି । ଘଡ଼ଘଡ଼ି ସହ ୨ରୁ ୩ ସେମି ପର୍ଯ୍ୟନ୍ତ ବର୍ଷା ଆଶଙ୍କା କରିଛି ପାଣିପାଗ ବିଭାଗ । ବର୍ଷା ବେଳେ ଟ୍ରାଫିକ୍ ସମସ୍ୟା ଦେଖାଯିବା ସମ୍ଭାବନା ରହିଛି । ପ୍ରବଳ ବର୍ଷା ସମୟରେ ଘରୁ ନ ବାହାରିବାକୁ ମଧ୍ୟ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।
ଅନ୍ୟପଟେ ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ । ପ୍ରଭାବରେ ଆସନ୍ତାକାଲି ବଙ୍ଗୋପ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ଉତ୍ତର-ପୂର୍ବ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଅଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ବଢିଛି ବର୍ଷାର ପରିମାଣ। କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
ସେହିପରି ଆଜି ମୟୂରଭଂଜ, କେନ୍ଦୁଝର, ଯାଜପୁର, ବାଲେଶ୍ୱର, ଭଦ୍ରକ , କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, ବଲାଙ୍ଗିର, ମୟୂରଭଂଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅନ୍ୟପଟେ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)