• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ପୁଣି ହେବ ବର୍ଷା । ଆସନ୍ତା ୨ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ଏହି ବର୍ଷା ହେବ ବୋଲି ଆଶଙ୍କା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେବେ ୪ ତାରିଖ ଠାରୁ ବିସ୍ତୃତ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ କେନ୍ଦ୍ର ।

ଅନ୍ୟପଟେ ଗତ ତିନି ମାସରେ ରାଜ୍ୟରେ ୧୧ଟି ଜିଲ୍ଲାରେ ହୋଇଛି ନିଅଣ୍ଟିଆ ବର୍ଷା । ନବରଙ୍ଗପୁରରେ ସର୍ବାଧିକ ୪୧ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । କେନ୍ଦ୍ରାପଡ଼ାରେ ୩୭, କଳାହାଣ୍ଡିରେ ୩୬, ଗଞ୍ଜାମରେ ୩୫ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି । ଏଥିସହ ରାୟଗଡ଼ା, କୋରାପୁଟ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, କଟକରେ ବି ନିଅଣ୍ଟିଆ ବର୍ଷା ହୋଇଛି ।

ଗତ ଜୁନ ୧ ତାରିଖରୁ ଅଗଷ୍ଟ ୩୦ ତାରିଖ ମଧ୍ୟରେ ଏସବୁ ସ୍ଥାନରେ କମ୍ ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ନିଅଣ୍ଟିଆ ବର୍ଷାକୁ ଦୃଷ୍ଟିରେ ରଖି କଣ୍ଟିଜେନ୍ସି ପ୍ଲାନ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ । କୃଷି ବିଭାଗ ଏନେଇ ଆବଶ୍ୟକ ପଦକ୍ଷେପ ନେଉଛି । ଏଥିସହ ସେପ୍ଟେମ୍ବରରେ ଭଲ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି ବୋଲି ସେ କହିଛନ୍ତି ।