• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ପରେ ଘନୀଭୂତ ହେବାରେ ଲାଗିଛି । ଏହା ଆଜି ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଆସନ୍ତାକାଲି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏହା ବାତ୍ୟାର ରୂପ ନେଇପାରେ। ୪ ତାରିଖ ସଂଧ୍ୟାରେ ଚେନ୍ନାଇ ଓ ଆନ୍ଧ୍ରର ମଚ୍ଛଲିପଟ୍ଟନମ୍ ମଝିରେ ଏହା ଉପକୂଳ ଛୁଇଁବା ପରେ ଓଡ଼ିଶା ମୁହାଁ ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଅର୍ଥାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଏହା ଗତି କରିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଏଭଳି ଯଦି ହୁଏ ତେବେ ଆସନ୍ତାକାଲି ଓ ୪ ତାରିଖରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସଂଭାବନା ରହିଛି। ବର୍ଷା ପାଇଁ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଂଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୫ ଓ ୬ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ତେଣୁ ଏହି ୫ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି ହୋଇଛି।

ଅନ୍ୟପଟେ ଏହି ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ତାମିଲନାଡୁର ବିଭିନ୍ନ ସ୍ଥାନରେ ଗତକାଲିଠାରୁ ପ୍ରବଳ ବର୍ଷା ଆରମ୍ଭ ହୋଇଗଲାଣି । ଚେନ୍ନାଇ, କାଞ୍ଚିପୁରମ୍, ସୋଲିଙ୍ଗାନାଲୁର, ପଲ୍ଲିକରନାଇ, ଥିରୁବଲ୍ଲୁର ଭଳି ବିଭିନ୍ନ ଜିଲ୍ଲା ଜଳାର୍ଣ୍ଣବ ହୋଇଛି । ତାମିଲନାଡୁରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି NDRF ଟିମ୍‌କୁ ମୁତୟନ କରାଯାଇଛି । 

ପ୍ରବଳ ବର୍ଷା ଯୋଗୁ କାଞ୍ଚିପୁରମ୍ ଓ ଥିରୁବଲ୍ଲୁର ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି ଘୋଷଣା ହୋଇଛି । ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିର ସମ୍ମୁଖରେ ମଧ୍ୟ ବର୍ଷା ଯୋଗୁ ଭକ୍ତମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଏପର୍ଯ୍ୟନ୍ତ ଏହି ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ କେତେ ପଡ଼ିବ, ତାହା ସ୍ପଷ୍ଟ ହୋଇନାହିଁ ।