ମାଡ଼ି ଆସୁଛି ଭୀଷଣ ବାତ୍ୟା, ‘ଦାନା’ ପ୍ରଭାବରେ ଭୁବନେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା

ଭୀଷଣ ବାତ୍ୟା ‘ଦାନା’ ପ୍ରଭାବରେ ଭୁବନେଶ୍ୱରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି ।

Cyclone Dana

ମାଡ଼ି ଆସୁଛି ଭୀଷଣ ବାତ୍ୟା । ବଙ୍ଗୋପସାଗରରୁ ବଳ ଗୋଟାଇ ଓଡ଼ିଶା ଉପକୂଳ ଆଡ଼େ ମୁହାଁଇଛି । ସାଇକ୍ଲୋନ୍ 'ଦାନା' ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି । ଆଜି ମଧ୍ୟରାତ୍ରିରୁ କାଲି ସକାଳ ଭିତରେ ‘ଦାନା’ ଲ୍ୟାଣ୍ଡଫଲ୍ କରିବ । ଭିତରକନିକା-ଧାମରା ପାଖରେ ଉପକୂଳ ଅତିକ୍ରମ କରିବ । ତେବେ ଭୀଷଣ ବାତ୍ୟା ‘ଦାନା’ ପ୍ରଭାବରେ ଭୁବନେଶ୍ୱରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି । ଦାନା ପ୍ରଭାବରେ ଏବେ ରାଜଧାନୀ ଆକଶ ମେଘାଚ୍ଛନ୍ନ ସହ ଝିପିଝିପି ବର୍ଷା ଆରମ୍ଭ ହୋଇସାରିଛି ।

ସେପଟେ ବାତ୍ୟା ଲ୍ୟାଣ୍ଡଫଲ୍ ପରେ ସାମାନ୍ୟ ରିକର୍ଭ କରିପାରେ । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି । IMD ପୂର୍ବାନୁମାନ କରିଥିବା ସ୍ଥାନରେ ସ୍ଥଳଭାଗ ଛୁଇଁବ ବାତ୍ୟା । ମାତ୍ର ଲ୍ୟାଣ୍ଡଫଲ୍ ପରେ ଗତିପଥରେ ସାମାନ୍ୟ ରିକର୍ଭ କରିବ ବୋଲି ଜଣାପଡ଼ିଛି ।

ତେବେ ଭୀଷଣ ବାତ୍ୟ ‘ଦାନା’ ଆଜି ମଧ୍ୟରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ । ଏବେ ଏହା ପାରାଦୀପଠାରୁ ୨୮୦ କିଲୋମିଟର ଏବଂ ଧାମରାରୁ ୩୧୦ କିଲୋମିଟର ଦୂରରେ ରହିଛି । ଗତ ୬ ଘଣ୍ଟା ଧରି ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି ।

ଲ୍ୟାଣ୍ଡଫଲ୍ ବେଳେ ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ରହିପାରେ ବୋଲି ଆକଳନ କରାଯାଇଛି।ତାସହ ସମୁଦ୍ରରେ ଉଚ୍ଚ ଜୁଆର ଆସିବା ସହ ଗଛ, ବିଦ୍ୟୁତ୍ ଖୁଣ୍ଟ ଓ କଚା ଘରକୁ ବାତ୍ୟା ବିପଦ ପହଞ୍ଚାଇବାର ଆଶଙ୍କା ରହିଛି। ପ୍ରଭାବରେ ଗତକାଲିଠୁ ବିଭିନ୍ନ ସ୍ଥାନରେ ବର୍ଷା ଚାଲିଛି। IMD ଡିଜି କହିଛନ୍ତି- ୪ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର ଓ ଭଦ୍ରକରେ ରହିବ ସାଇକ୍ଲୋନର ଅଧିକ ପ୍ରଭାବ।