Advertisment

ଆଜି ବି ବର୍ଷିବ; ଉତ୍ତର ଓଡ଼ିଶାର ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି...

ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ବି ପ୍ରବଳ ବର୍ଷିବ । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଅଦ୍ୟତନ ହୋଇଛି
Low Pressure over BoB: Heavy rain lashes in Odisha, yellow alert issued to 5 districts

Rain

Advertisment

ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ବି ପ୍ରବଳ ବର୍ଷିବ । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ସୁନ୍ଦରଗଡ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ସତର୍କତା ଜାରି ହୋଇଛି ।

Advertisment

ଏହି ସବୁ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ଆସିବା ସମ୍ଭାବନା ରହିଛି । ବର୍ଷାର ପରିମାଣ କମିଲେ ମଧ୍ୟ ବଜ୍ରପାତଜନିତ ବର୍ଷା ଜରି ରହିବ। ବିଶେଷ କରି ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡି ବିଜୁଳି ସହ ବର୍ଷା ହେବ। ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ।

ଅଧିକ ପଢ଼ନ୍ତୁ: କମିଛି ବର୍ଷା-କମିନି ଦୁର୍ଦ୍ଦଶା, ସୁଧୁରିବାକୁ ଲାଗିବ ୧୦ ଦିନ..!

ସେହିଭଳି ଜୁନ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ସ୍ବାଭାବିକ ଠାରୁ ୭ ପ୍ରତିଶତ ନିଅଁଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ୨୧ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ କେବଳ ମାଲକାନଗିରି ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହୋଇଛି। ୮ଟି ଜିଲ୍ଲାରେ ଏବେ ବି ୧୯ ରୁ ୫୯ ପ୍ରତିଶତ ପର୍ଯ୍ୟନ୍ତ ନିଅଁଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

Advertisment

ବାଲେଶ୍ବର ଜିଲ୍ଲାରେ ବନ୍ୟା କ୍ଷୟକ୍ଷତି ପାଇଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ସମୀକ୍ଷା କରିବା ସହ ମୁଖ୍ୟମନ୍ତ୍ରୀ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ଘର ମରାମତି ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କା ଦିଆଯିବ।ସେହିପରି ପକ୍କା ଘର ଆଂଶିକ ଭାଙ୍ଗିଥିଲେ ମିଳିବ ୬ ହଜାର ୫୦୦। କଚ୍ଚା ଘର ଆଂଶିକ ଭାଙ୍ଗିଥିଲେ ମିଳିବ ୪ ହଜାର ଟଙ୍କା। ସେହିପରି ଭାଙ୍ଗି ଯାଇଥିବା କୁଡ଼ିଆ ଘର ୮ ହଜାର, ଗୁହାଳ ପାଇଁ ୩ ହଜାର ଏବଂ କ୍ଷତିଗ୍ରସ୍ତ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ପାଇଁ ସହାୟତା ଘୋଷଣା କରାଯାଇଛି।

Low Pressure Heavy Rain
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ